Monday, October 19, 2026
21.9 C
Odisha

    ଆଜି ପୁରୀ ଶ୍ରୀମନ୍ଦିରରେ ବନକଲାଗି ନୀତି, ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

    ଆଗକୁ ପଢନ୍ତୁ

    ପୁରୀ : ପୁରୀ ଶ୍ରୀମନ୍ଦିରରେ ଆଜି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି । ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ବନକଲାଗି ନୀତି ଆରମ୍ଭ ହେବ। ଏହା ଗୁପ୍ତନୀତି ହୋଇଥିବାରୁ ଏହି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

    ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସଂପନ୍ନ କରିବେ । ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ବନକଲାଗି ନୀତି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ । ଏହାପରେ ପୁଣି ମହାପ୍ରଭୁଙ୍କ ଦର୍ଶନ ଆରମ୍ଭ ହେବ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    21.9 ° C
    21.9 °
    21.9 °
    90 %
    1.5kmh
    57 %
    Sun
    22 °
    Mon
    30 °
    Tue
    30 °
    Wed
    30 °
    Thu
    29 °

    ସମ୍ବନ୍ଧିତ