Friday, July 3, 2026
24.8 C
Odisha

    ଆଜି ପ୍ରବଳ ବର୍ଷା, ଦୁଇ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଆଜି ପ୍ରବଳ ବାର୍ଷିବ । ଦୁଇ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ପ୍ରବଳ ବର୍ଷା ନେଇ କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି । ସେହିଭଳି ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା ଓ ଗଜପତି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଆସନ୍ତାକାଲି ପାଇଁ ମଧ୍ୟ କୋରାପୁଟ ଓ ମାଲକାନଗିରିକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଆସନ୍ତା ୬ ଦିନ ପର୍ଯ୍ୟନ୍ତ ଏଭଳି ପାଗ ଲାଗି ରହିବା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର । ବର୍ତ୍ତମାନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ପାର୍ଶ୍ୱବର୍ତ୍ତୀ ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବର ସୃଷ୍ଟି ହୋଇଛି ଏକ ଲଘୁଚାପ କ୍ଷେତ୍ର, ଯାହା ଆଗାମୀ ୨ ଦିନ ମଧ୍ୟରେ ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି । ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ପ୍ରଭାବରେ ରାଜ୍ୟରେ ବଢ଼ିଛି ବର୍ଷାର ପରିମାଣ । ଏହାର ପ୍ରଭାବରେ ବିଭିନ୍ନ ଜିଲ୍ଲା, ବିଶେଷ କରି ଉତ୍ତର ଓ ଉପକୂଳ ଓଡ଼ିଶାରେ ବର୍ଷାର ପରିମାଣ ବୃଦ୍ଧି ପାଇବ। ପ୍ରଭାବରେ ସପ୍ତାହେ ଲାଗି ରହିବ ବର୍ଷା । ୪ ଦିନ ଯାଏ ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.8 ° C
    24.8 °
    24.8 °
    95 %
    0.9kmh
    100 %
    Fri
    27 °
    Sat
    28 °
    Sun
    25 °
    Mon
    27 °
    Tue
    30 °

    ସମ୍ବନ୍ଧିତ