Tuesday, March 3, 2026
30.7 C
Odisha

    ଆଜି ବଙ୍ଗୋପସାଗରରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ, ୪ ଦିନ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଆଜି ବଙ୍ଗୋପସାଗରରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ । ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆଜି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଦକ୍ଷିଣପୂର୍ବ ଏବଂ ଏହାର ପାର୍ଶ୍ବବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଏହା ପଶ୍ଚିମ- ଉତ୍ତରପଶ୍ଚିମ ଦିଗରେ ଗତି କରି ପରବର୍ତ୍ତୀ ୨୪ ଘଣ୍ଟାରେ ଅଧିକ ଘନୀଭୂତ ହୋଇ ସୁଦୃଶ୍ୟ ହେବ । ତେବେ ଓଡ଼ିଶା ଉପରେ ଏହାର ବିଶେଷ ପ୍ରଭାବ ନାହିଁ ।

    ଅନ୍ୟପଟେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଏ ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଜି ଦକ୍ଷିଣ ଓଡ଼ିଶା ଏବଂ ଉପକୂଳ ଓଡ଼ିଶାର ୧୨ଟି ଜିଲ୍ଲାକୁ ୟେଲୋ ୱାର୍ଣିଂ ଜାରି ହୋଇଛି । ଏହି ସବୁ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    30.7 ° C
    30.7 °
    30.7 °
    13 %
    2.1kmh
    2 %
    Tue
    35 °
    Wed
    36 °
    Thu
    38 °
    Fri
    38 °
    Sat
    38 °

    ସମ୍ବନ୍ଧିତ