Saturday, August 22, 2026
24.2 C
Odisha

    ଆଜି ବସିବ ଛତିଶା ନିଯୋଗ ବୈଠକ

    ଆଗକୁ ପଢନ୍ତୁ

    ପୁରୀ  :   ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ନୀଳାଦ୍ରି ଭକ୍ତ ନିବାସରେ ଆଜି ବସିବ ଛତିଶା ନିଯୋଗ ବୈଠକ ।   ରାଜେନ୍ଦ୍ରଭିଷେକ ଠାରୁ ଆରମ୍ଭ କରି ନୀଳିଦ୍ରି ବିଜେ ପର୍ଯ୍ୟନ୍ତ ନୀତିକାନ୍ତିର ନୀତି ନିର୍ଘଣ୍ଟ କରାଯିବ । କୌଣସି ନୀତିରେ ଯେପରି ବିଳମ୍ବ ନ ହେବ ସେଥିପ୍ରତି ଅଧିକ ଗୁରୁତ୍ୱ ଦିଆଯିବ । ସନ୍ଧ୍ୟା ୫ଟାରେ ନୀଳାଦ୍ରି ଭକ୍ତ ନିବାସରେ ଛତିଶାନିଯୋଗ ଏହି ବୈଠକ ବସୁଛି ।

    ସ୍ନାନ ପୂର୍ଣ୍ଣିମାରେ ଜଳ ଲାଗି, ହାତୀ ବେଶକୁ କିପରି ଶୃଙ୍ଖଳିତ କରାଯିବ ସେ ନେଇ ନିଆଯିବ ନିଷ୍ପତ୍ତି । ସେହିପରି ଅନବସର ନୀତି, ଶ୍ରୀଗୁଣ୍ତିଚା ଯାତ୍ରା ସହିତ ସୁନାବେଶ, ନୀଳାଦ୍ରି ବିଜେକୁ ନେଇ ମଧ୍ୟ ଆଲୋଚନା ହେବ । ରଥଯାତ୍ରା ସମୟରେ ଭକ୍ତଙ୍କ ସୁରକ୍ଷା ଓ ଶୃଙ୍ଖଳିତ ଦର୍ଶନ ରହିଛି ବୈଠକରେ ଫୋକସ୍ ରେ ।  ଏହି ବୈଠକରେ ଛତିଶାନିଯୋଗ ମହାନାୟକ, ଜିଲ୍ଲାପାଳ, ଏସପିଙ୍କ ସମେତ ସମସ୍ତ ପ୍ରାଶାସନିକ ଅଧିକାରୀ ଉପସ୍ଥିତ ରହିବେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    24.2 ° C
    24.2 °
    24.2 °
    97 %
    1.2kmh
    100 %
    Sat
    24 °
    Sun
    29 °
    Mon
    26 °
    Tue
    26 °
    Wed
    30 °

    ସମ୍ବନ୍ଧିତ