Friday, November 21, 2025
28.1 C
Odisha

    ଆଜି ବସିବ ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ବପୂର୍ଣ୍ଣ ବୈଠକ

    ଆଗକୁ ପଢନ୍ତୁ

    ପୁରୀ  :  ଆଜି ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ବପୂର୍ଣ୍ଣ ବୈଠକ । ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହେବ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ, ଜିଲ୍ଲାପାଳ, ଏସପି, ପରିଚାଳନା କମିଟିର ସମସ୍ତ ସଦସ୍ୟଙ୍କ ସହିତ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ମାନେ ବୈଠକରେ ଉପସ୍ଥିତ ରହିବେ । ବୈଠକରେ ମହାପ୍ରଭୁଙ୍କର ରତ୍ନ ଅଳଙ୍କାରର ଗଣତି ମଣତି କେବେ ହେବ ସେନେଇ ବିସ୍ତୃତ ଭାବେ ଆଲୋଚନା ହେବ।  ସେହିପରି ଶ୍ରୀମନ୍ଦିର ନାଟମଣ୍ଡପରେ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା କାର୍ଯ୍ୟକାରୀ ନେଇ ଆଲୋଚନା କରାଯିବ ।

    ନାଟମଣ୍ଡପରେ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ କାଠ ରାମ୍ପ ନିର୍ମାଣ ହୋଇଥିବା ବେଳେ ଏଥିରେ କଣ ପରିବର୍ତ୍ତନ କରାଯିବ ସେନେଇ ଆଲୋଚନା ହେବ । ଶ୍ରୀମନ୍ଦିର ସୁରକ୍ଷା ନେଇ ମଧ୍ୟ ଆଲୋଚନା ହେବ। ପ୍ରକଳ୍ପ ସାଂସ୍କୃତିକ ଏବଂ ବୈଷୟିକ ସବ କମିଟିର ବିବରଣୀ, ଶ୍ରୀମନ୍ଦିର ସହ ଜଡିତ ବିଭିନ୍ନ ପ୍ରକଳ୍ପର ଅଗ୍ରଗତି ଉପରେ ବିସ୍ତୃତ ଭାବେ ଆଲୋଚନା ହେବ । ମହାପ୍ରଭୁଙ୍କ ଜମିଜମା ସମସ୍ୟା ଉପରେ ମଧ୍ୟ ହେବ ଆଲୋଚନା ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    28.1 ° C
    28.1 °
    28.1 °
    51 %
    1.6kmh
    0 %
    Fri
    28 °
    Sat
    28 °
    Sun
    28 °
    Mon
    28 °
    Tue
    27 °

    ସମ୍ବନ୍ଧିତ