Wednesday, August 12, 2026
25.1 C
Odisha

    ଆଜି ବିଜୁଳି ଘଡ଼ଘଡ଼ି ପାଇଁ ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଆଜି ବିଜୁଳି ଘଡ଼ଘଡ଼ି ପାଇଁ ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି । ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାରେ ଝଟକା ବର୍ଷା ପବନ ସହ କୁଆ ପଥର ବର୍ଷାହେବାର ସମ୍ଭାବନା ରହିଛି । ଏଥିସହ ବିଜୁଳି ଘଡ଼ଘଡ଼ି ପାଇଁ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ଏହି ସମୟରେ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ ।

    ୧୦ ତାରିଖ ଯାଏ କାଳବୈଶାଖୀ ଆଶଙ୍କା ରହିଛି । ଆଗାମୀ ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିବା ସହ ବର୍ଷା ସମ୍ଭାବନା ରହିଛି । ଏପ୍ରିଲରେ ବର୍ଷା ସ୍ୱାଭାବିକ ଠାରୁ ଅଧିକ ରହିବାକୁ ଥିବାବେଳେ ସର୍ବାଧିକ ତାପମାତ୍ରା ସ୍ୱାଭାବିକ ଠାରୁ କମ ରହିପାରେ । ମେ’ ରେ ସର୍ବାଧିକ ତାପମାତ୍ରା ସ୍ୱାଭାବିକ ଠାରୁ ଅଧିକ ରହିବାକୁ ଥିବାବେଳେ କମ ବର୍ଷା ସମ୍ଭାବନା ରହିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    25.1 ° C
    25.1 °
    25.1 °
    89 %
    0.8kmh
    100 %
    Wed
    32 °
    Thu
    27 °
    Fri
    26 °
    Sat
    27 °
    Sun
    28 °

    ସମ୍ବନ୍ଧିତ