Sunday, November 29, 2026
17.5 C
Odisha

    ଆଜି ବି ସ୍ଥିର ରହିଛି ପେଟ୍ରୋଲ ଓ ଡିଜେଲ ଦର

    ଆଗକୁ ପଢନ୍ତୁ

    ଭୁବନେଶ୍ବର : ଆଜି ବି ସ୍ଥିର ରହିଛି ପେଟ୍ରୋଲ ଓ ଡିଜେଲ ଦର । ଆଜି ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୮.୯୭ ଟଙ୍କା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୧୦୦.୬୮ ପଇସା ରହିଛି । ସେହିପରି ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୧୦୨ ଟଙ୍କା ୧୨ ପଇସା ଓ ଡିଜେଲ ଦର ୯୫ ଟଙ୍କା ୨୦ ପଇସା ହୋଇଛି । ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୧୧ଟଙ୍କା ୨୧ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୭.୮୩ ଟଙ୍କା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୧୩. ୫୧ ଟଙ୍କା ଥିବାବେଳେ ଡିଜେଲ ଦର ୯୯ ଟଙ୍କା ୮୨ ପଇସା ରହିଛି ।

    ଚେନ୍ନାଇରେ ପେଟ୍ରୋଲ ଦର ୧୦୭ ଟଙ୍କା ୭୬ ପଇସା ଥିବା ବେଳେ ଡିଜେଲ ଦାମ ୯୯ ଟଙ୍କା ୫୫ ପଇସା ରହିଛି । ପ୍ରତ୍ୟେକ ଦିନ ସକାଳ ୬ଟାରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ । ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    17.5 ° C
    17.5 °
    17.5 °
    69 %
    0.5kmh
    1 %
    Sun
    26 °
    Mon
    26 °
    Tue
    27 °
    Wed
    27 °
    Thu
    26 °

    ସମ୍ବନ୍ଧିତ