Monday, October 5, 2026
29.1 C
Odisha

    ଆଜି ଭକ୍ତଙ୍କ ପାଇଁ ୩ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର

    ଆଗକୁ ପଢନ୍ତୁ

    ପୁରୀ : ଦିବା ପହୁଡ଼ ନୀତି ପାଇଁ ଆଜି ଶ୍ରୀମନ୍ଦିରରେ ୩ ଘଣ୍ଟାରୁ ଊର୍ଦ୍ଧ୍ବ ସମୟ ଦର୍ଶନ ବନ୍ଦ ରହିବ। ଦ୍ୱିତୀୟ ଭୋଗ ମଣ୍ଡପ ଭୋଗ ଶେଷ ପରେ ଆପାତତଃ ଅପରାହ୍ଣ ୨ଟା ୩୦ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଦିବା ପହୁଡ଼ ନୀତି ପାଇଁ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ପହିଲି ଭୋଗ ଚାଲିଥିବାବେଳେ ଦୈନିକ ଦିବା ପହୁଡ଼ ଅନ୍ୟତମ ବିଶେଷ ନୀତିଭାବେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହୋଇଥାଏ। ରତ୍ନଭଣ୍ଡାର ଗୃହ ମରାମତି କାର୍ଯ୍ୟ ଚାଲିଥିବାରୁ ଦୈନିକ ଦିବା ପହୁଡ଼ କରାନଯାଇ କେବଳ ପରମ୍ପରାର ପ୍ରତୀକ ସ୍ବରୂପ ପହିଲି ଭୋଗ ମାସରେ ଗୋଟିଏ ଦିନ ଦିବା ପହୁଡ଼ କରାଯିବାକୁ ଚଳିତ ମାସ ୧୦ରେ ଅନୁଷ୍ଠିତ ଛତିଶା ନିଯୋଗ ବୈଠକ ନିଷ୍ପତ୍ତି ହୋଇଥିଲା।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    29.1 ° C
    29.1 °
    29.1 °
    71 %
    1.6kmh
    0 %
    Mon
    26 °
    Tue
    31 °
    Wed
    31 °
    Thu
    30 °
    Fri
    31 °

    ସମ୍ବନ୍ଧିତ