Friday, July 11, 2025
29.9 C
Odisha

    ଆଜି ଭୁବନେଶ୍ୱରରେ ରାହୁଲ ଗାନ୍ଧିଙ୍କ ରୋଡ୍ ସୋ, ଜାଣନ୍ତୁ କେଉଁ ରାସ୍ତା ଦେଇ ଯିବେ ଯାତ୍ରୀ ?

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ରାହୁଲ ଗାନ୍ଧିଙ୍କ ରୋଡ୍ ସୋ’ ପାଇଁ ପୋଲିସର ଟ୍ରାଫିକ ଆଡଭାଇଜରି । ବିମାନବନ୍ଦର ଛକରୁ ଜୟଦେବବିହାର ଛକ ଯାଏଁ ରୋଡ୍ ସୋ’ କାର୍ଯ୍ୟକ୍ରମ ରହିଛି । କିଛି ରାସ୍ତାରେ ପ୍ରବଳ ଟ୍ରାଫିକ୍ ଭିଡ଼ ହେବାର ସମ୍ଭାବନା ଥିବାରୁ ଯାତ୍ରୀମାନେ ସେହି ରାସ୍ତା ବଦଳରେ ଅନ୍ୟ ରାସ୍ତାରେ ଯିବାକୁ କମିଶନରେଟ୍‌ ପୋଲିସ୍ ପକ୍ଷରୁ ଅନୁରୋଧ କରାଯାଇଛି । ସକାଳ ୧୦ଟାରୁ ୧୨ଟା ଭିତରେ ବିମାନ ବନ୍ଦର ଛକରୁ ଜୟଦେବ ବିହାର ଛକ ଯାଏଁ ପ୍ରବଳ ଭିଡ଼ ହୋଇପାରେ ।

    ସେହିପରି ଅପରାହ୍ନ ୧ଟା ୩୦ରୁ ୨ଟା ପର୍ଯ୍ୟନ୍ତ ବରମୁଣ୍ଡା ଛକରୁ ହୋଟେଲ ମେ’ ଫେୟାର ଛକ ପର୍ଯ୍ୟନ୍ତ ପ୍ରବଳ ଭିଡ଼ ହେବାର ଆଶଙ୍କା ରହିଛି । ଅପରାହ୍ନ ୩ଟାରୁ ୩ଟା ୩୦ ଯାଏଁ ହୋଟେଲ ମେ’ ଫେୟାର ଛକରୁ ମାଷ୍ଟର କ୍ୟାଣ୍ଟିନ ପର୍ଯ୍ୟନ୍ତ ଟ୍ରାଫିକ୍ ଭିଡ଼ ହେବାର ସମ୍ଭାବନା ରହିଛି । ଅପରାହ୍ନ ୪ଟାରୁ ୫ଟା ଯାଏଁ ମାଷ୍ଟର କ୍ୟାଣ୍ଟିନ ଛକରୁ ବିମାନ ବନ୍ଦର ଛକ ଓ ଏହାର ଆଖପାଖ ଅଞ୍ଚଳରେ ଟ୍ରାଫିକ୍ ଭିଡ଼ ହେବାର ସମ୍ଭାବନା ରହିଛି । ତେଣୁ ସମ୍ପୃକ୍ତ ସମୟ ମଧ୍ୟରେ ସେହି ସବୁ ରାସ୍ତାରେ ନଯାଇ ଅନ୍ୟ ରାସ୍ତା ଦେଇ ଯିବାଆସିବା କରିବାକୁ କମିଶନରେଟ୍ ପୋଲିସ୍ ପକ୍ଷରୁ ଅନୁରୋଧ କରାଯାଇଛି ।

    ଅନ୍ୟପଟେ ଆଜି ଭୁବନେଶ୍ବରରେ କଂଗ୍ରେସର ସମାବେଶକୁ ଆସୁଥିବା ଗାଡ଼ିକୁ ଅଟକାଇବ ନାହିଁ ଡ୍ରାଇଭର ମହାସଂଘ । ଏନେଇ ସ୍ପଷ୍ଟ କରିଛନ୍ତି ଓଡ଼ିଶା ଡ୍ରାଇଭର ମହାସଂଘ ସଭାପତି ପ୍ରଶାନ୍ତ ମେଣ୍ଡୁଲି । ଡ୍ରାଇଭର ଏକତା ମହାମଞ୍ଚରେ ଥିବା ସମସ୍ତ ଡ୍ରାଇଭରମାନଙ୍କୁ ଏନେଇ ସେ ଅନୁରୋଧ କରିଛନ୍ତି । ଡ୍ରାଇଭର ମହାସଂଘର ଆନ୍ଦୋଳନ ଜାରି ରହିଛି । କିନ୍ତୁ କଂଗ୍ରେସର ସମାବେଶକୁ କଂଗ୍ରେସ କର୍ମୀ ଆସୁଥିବାରୁ ଗାଡିକୁ ନଅଟକାଇବାକୁ ଅନୁରୋଧ କରିଥିଲେ ପିସିସି ସଭାପତି । କଂଗ୍ରେସର ଅନୁରୋଧ ରକ୍ଷା କରି କଂଗ୍ରେସର ଗାଡ଼ିକୁ ଅଟକାଯିବ ନାହିଁ ବୋଲି କହିଛନ୍ତି ଡ୍ରାଇଭର ସଂଘ ସଭାପତି । ଏହାସହ ସମାବେଶକୁ ଗାଡ଼ି ଆଣୁଥିବା ଡ୍ରାଇଭରମାନଙ୍କୁ ବିନା ଭୟରେ ଗାଡ଼ି ଆଣିବାକୁ ପ୍ରତିଶ୍ରୁତି ଦେଇଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    29.9 ° C
    29.9 °
    29.9 °
    68 %
    2.1kmh
    100 %
    Fri
    31 °
    Sat
    30 °
    Sun
    30 °
    Mon
    29 °
    Tue
    31 °

    ସମ୍ବନ୍ଧିତ