Saturday, July 4, 2026
25.7 C
Odisha

    ଆଜି ମହାପ୍ରଭୁଙ୍କୁ ଲାଗି ହେବ ଫୁଲୁରି ତେଲ, ଜ୍ୱରରୁ ମିଳିବ ସାମାନ୍ୟ ଉପଶମ

    ଆଗକୁ ପଢନ୍ତୁ

    ପୁରୀ : ଦେବସ୍ନାନ ପୂର୍ଣ୍ଣିମାରେ ୧୦୮ ଗରା ଜଳରେ ସ୍ନାନ କରି ଅଣସର ଘରେ ଜ୍ୱରରେ ପୀଡ଼ିତ ଅଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ଶ୍ରୀମନ୍ଦିର ଅଣସର ଗୃହରେ ଦଇତାପତି ଓ ପତି ମହାପାତ୍ରଙ୍କ ଦ୍ୱାରା ଗୁପ୍ତସେବା ଚାଲିଥିବା ବେଳେ ଚତୁର୍ଦ୍ଧାବିଗ୍ରହଙ୍କ ଶ୍ରୀଅଙ୍ଗରେ ଆଜି ଲାଗି କରାଯିବ ଫୁଲୁରି ତେଲ । ମହାପ୍ରଭୁଙ୍କ ଗୁପ୍ତ ନୀତି ମଧ୍ୟରେ ଫୁଲୁରି ତେଲ ଲାଗି ହେଉଛି ଏକ ଗୁରୁତ୍ୱପୂର୍ଣ ଅଂଶ । ବଡ଼ ଓଡ଼ିଆ ମଠ ପକ୍ଷରୁ ଚତୁର୍ଦ୍ଧାବିଗ୍ରହଙ୍କ ଲାଗି ଏହି ଫୁଲୁରି ତେଲ ଯୋଗାଇ ଦିଆ ଯାଇଥାଏ । ହେରାପଞ୍ଚମୀ ଦିନ ଶୁଦ୍ଧ ରାଶି ତେଲରେ ଚେରମୂଳି ଓ ସୁବାସିତ ଫୁଲ ପକାଇ ଏକ ପାତ୍ରରେ ରଖି ତାକୁ ମାଟିତଳେ ପୋତା ଯାଇଥାଏ ।

    ଦେବସ୍ନାନ ପୂର୍ଣ୍ଣିମା ପୂର୍ବଦିନ ମାଟିତଳୁ ତେଲକୁ ବାହାର କରାଯାଇ ପଞ୍ଚମୀ ଦିନ ତେଲକୁ ଛଣାଯାଏ ଏବଂ ଅମୁଣିଆ ପ୍ରସ୍ତୁତ କରି ମହାପ୍ରଭୁଙ୍କ ପାଇଁ ପଠାଯାଏ । ବଡ଼ଓଡ଼ିଆ ମଠର ସଦସ୍ୟ ମାନେ ପ୍ରାୟ ୬ ସେର ଫୁଲୁରି ତେଲ ନେଇ ଶ୍ରୀମନ୍ଦିରକୁ ଯାଇ ଦଇତାପତିଙ୍କୁ ଅର୍ପଣ କରିଥାନ୍ତି । ମଧ୍ୟାହ୍ନଧୂପ ଏବଂ ଦକ୍ଷିଣ ଘର ଭୋଗ ସଂପନ୍ନ ହେବାପରେ ଜୟବିଜୟ ଦ୍ୱାର ବନ୍ଦ ହୋଇ ଅଣସର ଦ୍ୱାର ଖୋଲାଯାଇ ପତି ମହାପାତ୍ର ୩ଟି ରୂପା ପିଙ୍ଗଣରେ ତେଲକୁ ନେଇ ସଂସ୍କାର କରିବା ପରେ ଦଇତାପତି ସେବକମାନେ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି କରିଥାନ୍ତି । ବିଶ୍ୱାସ ରହିଛି ଏହି ଫୁଲୁରି ତେଲ ମହାପ୍ରଭୁଙ୍କ ଶରୀରରେ ଲେପନ କରାଗଲେ ଶରୀରର ପୀଡ଼ା କମ୍ ହୋଇଥାଏ ଓ ମହାପ୍ରଭୁ ଜ୍ୱରରୁ ସାମାନ୍ୟ ଉପଶମ ପାଇଥାନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    moderate rain
    25.7 ° C
    25.7 °
    25.7 °
    90 %
    1.2kmh
    100 %
    Sat
    28 °
    Sun
    25 °
    Mon
    27 °
    Tue
    32 °
    Wed
    31 °

    ସମ୍ବନ୍ଧିତ