Saturday, March 28, 2026
24.4 C
Odisha

    ଆଜି ମହାପ୍ରଭୁଙ୍କ ଅଧରପଣା ନୀତି : ଅଶରୀମାନଙ୍କ ତୃପ୍ତି ପାଇଁ ଶ୍ରୀବିଗ୍ରହଙ୍କ ସମ୍ମୁଖରେ ହେବ ପଣା

    ଆଗକୁ ପଢନ୍ତୁ

    ପୁରୀ : ଆଉ ଗୋଟିଏ ଦିନ ପରେ ନବଦିନାତ୍ମକ ଯାତ୍ରା ସାରି ରତ୍ନସିଂହାସନକୁ ବାହୁଡ଼ିବେ ମହାପ୍ରଭୁ । ଆଜି ସକାଳୁ ତିନି ରଥ ଉପରେ ମହାପ୍ରଭୁଙ୍କ ମଙ୍ଗଳଆଳତି ବଢିବା ପରେ ଅନ୍ୟାନ୍ୟ ନୀତି ଚାଲୁରହିଛି । ରଥ ଉପରେ ମହାପ୍ରଭୁଙ୍କୁ ଦର୍ଶନ କରିବା ପାଇଁ ହଜାର ହଜାର ଭକ୍ତଙ୍କ ଭିଡ଼ ଲାଗିଛି । ରଥାରୂଢ଼ ଶ୍ରୀବିଗ୍ରମାନଙ୍କ ଅଧର ପର୍ଯ୍ୟନ୍ତ ହାଣ୍ଡିରେ ପଣା ଭର୍ତ୍ତି ହେଉଥିବାରୁ ଏହାକୁ ଅଧରପଣା କୁହାଯାଏ ବୋଲି ଗବେଷକମାନେ ମତ ଦିଅନ୍ତି। ପ୍ରତିରଥରେ ତିନିଟି କରି ୯ଟି ହାଣ୍ଡି ଭୋଗ ହୁଏ। ପାଳିଆ ପୂଜାପଣ୍ଡା ପଞ୍ଚୋପଚାରରେ ପୂଜା କରିଥାଆନ୍ତି।

    ପରମ୍ପରା ଅନୁଯାୟୀ ସନ୍ଧ୍ୟାରେ ତିନି ରଥ ଉପରେ ମହାପ୍ରଭୁଙ୍କ ଅଧରପଣା ନୀତି ଅନୁଷ୍ଠିତ ହେବ । ତିନିରଥକୁ ସ୍ୱତନ୍ତ୍ର ଉପଚାରରେ ପୂଜା କରାଯାଇ ପ୍ରସ୍ତୁତ କରାଯାଇଥିବା ସମୟରେ ରଥରେ ବହୁ ଦେବା ଦେବୀ ବିରାଜମାନ କରିଥାନ୍ତି ।

    ପବିତ୍ର ଶ୍ରୀଗୁଣ୍ଡିଚା ଯାତ୍ରା ସମ୍ପନ୍ନ ହେବା ପରେ ସମସ୍ତ ପାର୍ଶ୍ୱ ଦେବଦେବୀ ଓ ଅନ୍ୟାନ୍ୟ ଚଣ୍ଡୀ ଚାମୁଣ୍ଡାଙ୍କୁ ଶାନ୍ତି କରିବା ପାଇଁ ଅଧରପଣା କରାଯାଇ ଅଧର ହାଣ୍ଡିକୁ ରଥ ଉପରେ ଭଙ୍ଗା ଯିବାର ବିଧି ରହିଛି । ବଡଓଡ଼ିଆ ମଠ, ରାଘବଦାସ ମଠ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରଦତ୍ତ ଛେନା ,ଛାଚି , କ୍ଷୀର ,ସର,ଗୋଲମରିଚ ,କର୍ପୁର ,ଜାଇଫଳ,କଦଳୀ ଆଦିକୁ ମିଶ୍ରଣ କରାଯାଇ ପଣା ପ୍ରସ୍ତୁତ କରାଯାଇଥାଏ ।

    ସ୍ୱତନ୍ତ୍ର ଭାବେ ଏହି ପଣାକୁ ଶ୍ରୀବିଗ୍ରହ ମାନଙ୍କର ଅଧର ପର୍ଯ୍ୟନ୍ତ ନିର୍ମିତ ତିନି ତିନଟି ତୁମ୍ଭାକାର ହାଣ୍ଡିରେ ପ୍ରସ୍ତୁତ କରାଯାଇଥାଏ । ମଧ୍ୟାହ୍ନ ଧୂପ ପରେ ଅଧର ପଣା ନୀତି ଅନୁଷ୍ଠିତ ହେବ ।

    ସେପଟେ ଗତକାଲି ୧୩୮ ପ୍ରକାରର ସ୍ୱର୍ଣ୍ଣ ଅଳଙ୍କାରରେ ଆଭୁଷିତ ହୋଇ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି ମହାବାହୁ । ମହାପ୍ରଭୁଙ୍କ ଏହି ଆକର୍ଷଣୀୟ ବେଶ ଦେଖିବାକୁ ଶ୍ରୀକ୍ଷେତ୍ରରେ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିଥିଲା। ସୁନାବେଶ ପାଇଁ ଶ୍ରୀକ୍ଷେତ୍ରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଥିଲା ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.4 ° C
    24.4 °
    24.4 °
    56 %
    1.5kmh
    0 %
    Sat
    39 °
    Sun
    39 °
    Mon
    41 °
    Tue
    38 °
    Wed
    38 °

    ସମ୍ବନ୍ଧିତ