Sunday, March 29, 2026
31.5 C
Odisha

    ଆଜି ମହାପ୍ରଭୁଙ୍କ ବନକଲାଗି: ୫ ଘଣ୍ଟା ବନ୍ଦ ରହିବ ଦର୍ଶନ, ରତ୍ନଭଣ୍ଡାର ମରାମତି ୨ଦିନ ବନ୍ଦ

    ଆଗକୁ ପଢନ୍ତୁ

    ବୁଧବାର ଫାଲଗୁନ ଶୁକ୍ଳ ଷଷ୍ଠୀ ତିଥିରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦତ୍ତ ମହାପାତ୍ର ସେବକମାନେ ଶ୍ରୀବିଗ୍ରହ ଶୃଙ୍ଗାର କରିବେ। ଦ୍ବିତୀୟ ଭୋଗମଣ୍ଡପ ପରେ ଏହି ନୀତି ଆରମ୍ଭ ହେବ। ଏଥିପାଇଁ ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ସୂଚନା ଦେଇଛି। ବୁଧବାର ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଅପରାହ୍ଣ ପ୍ରାୟ ୫ଟାରୁ ବନକଲାଗି ନୀତି ଆରମ୍ଭ ହେବା ସହ ସର୍ବସାଧାରଣ ବନ୍ଦ ରହିବ। ଅପରାହ୍ଣ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ବନକଲାଗି ନୀତି ଅନୁଷ୍ଠିତ ହେବ। ରାତି ୧୦ଟା ପରେ ସର୍ବସାଧାରଣ ଦର୍ଶନ ସ୍ବାଭାବିକ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ କହିଛି। ଅପରପକ୍ଷେ ବନକଲାଗି ପାଇଁ ରତ୍ନଭଣ୍ଡାର ମରାମତି ବନ୍ଦ ରଖାଯାଇଛି। ମାର୍ଚ୍ଚ ୫ ଓ ୬ ତାରିଖ ଦୁଇ ଦିନ ପାଇଁ ରତ୍ନଭଣ୍ଡାର ସଂରକ୍ଷଣ ଓ ମରାମତି କାର୍ଯ୍ୟ ବନ୍ଦ ରହି ବୋଲି ଶ୍ରୀମନ୍ଦିର ପ୍ରଶାସନ କହିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    31.5 ° C
    31.5 °
    31.5 °
    19 %
    1.7kmh
    0 %
    Sun
    34 °
    Mon
    40 °
    Tue
    38 °
    Wed
    39 °
    Thu
    41 °

    ସମ୍ବନ୍ଧିତ