Sunday, March 29, 2026
39.1 C
Odisha

    ଆଜି ମୁଖ୍ୟମନ୍ତ୍ରୀଙ୍କ ୧୭ତମ ଜନ ଅଭିଯୋଗ ଶୁଣାଣି : ୯୪ ପ୍ରତିଶତ ଅଭିଯୋଗର ସମାଧାନ କରାଯାଇଛି :ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଆଜି ମୁଖ୍ୟମନ୍ତ୍ରୀଙ୍କ ୧୭ତମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ୭୦୦ ଅଭିଯୋଗ ଆସିଥିଲା।  ଅଭିଯୋଗ ଗୁଡ଼ିକର ଆଲୋଚନା ହୋଇ ସଂପୃକ୍ତ ବିଭାଗକୁ ପଠା ଯାଇଛି। ଆଜି ଜନ ଶୁଣାଣି ବେଳେ ୫ ବରିଷ୍ଠ ମନ୍ତ୍ରୀ ଓ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣାଣି କରିଥିଲେ। ମୁଖ୍ୟମନ୍ତ୍ରୀ ବ୍ୟକ୍ତଗତ ଭାବେ ୩୨ ଜଣ ଦିବ୍ୟାଙ୍ଗଙ୍କୁ ଭେଟିଥିଲେ ।

    ଭଦ୍ରକର ବ୍ରଜକିଶୋର ବନ୍ଧାଙ୍କୁ ୧ ଲକ୍ଷ ଟଙ୍କା ଏବଂ ଯାଜପୁରର କାର୍ତ୍ତିକ ସିଙ୍କୁ ୧.୫୦ ଲକ୍ଷ ଟଙ୍କାର ଚିକିତ୍ସା ସହାୟତା ମଞ୍ଜୁର କରାଯାଇଛି। ପାଟଣାଗଡ଼ରୁ ଆସିଥିବା କିଡନୀ ଓ ସ୍ନାୟୁ ରୋଗୀ ତିଳୋତ୍ତମା ପାଣ୍ଡେଙ୍କ ଚିକିତ୍ସା ଓ ଯିବା ଆସିବା ଖର୍ଚ୍ଚ ଯୋଗାଇ ଦେବାକୁ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି ।

    ଏହା ପୂର୍ବରୁ ୧୬ ଟି ଅଭିଯୋଗ ଶୁଣାଣିରେ ୧୪ ହଜାର ଅଭିଯୋଗରୁ ୧୩,୧୬୯ଟି ର ସମାଧାନ କରାଯାଇଛି ।  ଯାହା ପ୍ରାୟ ୯୪ ପ୍ରତିଶତ ହେବ। କିଛି ବିଚାରାଧୀନ ରହିଛି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଜିଲ୍ଲା ସ୍ତରରେ ଅନେକ ଅଭିଯୋଗର ସମାଧାନ ହେଉଛି ।  ଯେଉଁ ଗୁଡ଼ିକ ଗୁରୁତର ରହିଛି ରାଜ୍ୟ ସ୍ତରକୁ ଆସୁଛି ।  ଯାହା ନିୟମ ପରିସର ଭିତରେ ଆସିବ ତାର ସମାଧାନ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    39.1 ° C
    39.1 °
    39.1 °
    12 %
    3.7kmh
    2 %
    Sun
    39 °
    Mon
    41 °
    Tue
    38 °
    Wed
    40 °
    Thu
    40 °

    ସମ୍ବନ୍ଧିତ