Saturday, August 8, 2026
27 C
Odisha

    ଆଜି ମୟୁରଭଞ୍ଜ ଜିଲ୍ଲାର ସବୁ ସ୍କୁଲ ବନ୍ଦ, ପ୍ରବଳ ବର୍ଷା ପାଇଁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ

    ଆଗକୁ ପଢନ୍ତୁ

    ଭୁବନେଶ୍ବର : ଆଜି ମୟୂରଭଞ୍ଜ ଜିଲ୍ଲାରେ ସବୁ ସ୍କୁଲ ଛୁଟି । ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ପାଇଁ ଆଜି ମୟୂରଭଞ୍ଜ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଏହାକୁ ଦୃଷ୍ଟିରେ ଜିଲ୍ଲାପାଳ ସ୍କୁଲ ଛୁଟି ଘୋଷଣା କରିଛନ୍ତି । ଆଜି ସରକାରୀ, ବେସରକାରୀ ସ୍କୁଲ ସହ ସବୁ ଉଚ୍ଚ ମାଧ୍ୟମିକ ସ୍କୁଲ ବନ୍ଦ ରହିବ। ସେହିପରି ଜିଲ୍ଲାରେ ସମସ୍ତ ଅଧିକାରୀଙ୍କ ଛୁଟି ବାତିଲ୍ ହୋଇଛି। ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ଏହି ନିଷ୍ପତ୍ତି ନେଇଛନ୍ତି। ଅଧିକାରୀଙ୍କୁ ମୁଖ୍ୟାଳୟ ନ ଛାଡ଼ିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି।

    ଅନ୍ୟପଟେ, ବଙ୍ଗୋପସାଗରର ଦାନା ବାନ୍ଧୁଛି ଲଘୁଚାପ । ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ସଂଲଗ୍ନବର୍ତ୍ତୀ ବାଂଲାଦେଶ ଉପରେ ଘୂର୍ଣ୍ଣିବଳୟ ସକ୍ରିୟ । ପ୍ରଭାବରେ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହବ। ରାଜ୍ୟରେ ବନ୍ୟା ନ ଯାଉଣୁ ଲଘୁଚାପ ଛନକା ବଢ଼ାଇଛି । ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୫ ଜିଲ୍ଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, କେନ୍ଦୁଝର ଓ ମୟୂରଭଞ୍ଜକୁ ଅରେଞ୍ଜ ଆଲର୍ଟ ଦିଆଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    27 ° C
    27 °
    27 °
    84 %
    1.4kmh
    99 %
    Sat
    30 °
    Sun
    30 °
    Mon
    29 °
    Tue
    30 °
    Wed
    30 °

    ସମ୍ବନ୍ଧିତ