Wednesday, October 7, 2026
22.5 C
Odisha

    ଆଜି ଯାଜପୁର ପୌରାଞ୍ଚଳର ସବୁ ସ୍କୁଲ ଛୁଟି

    ଆଗକୁ ପଢନ୍ତୁ

    ଯାଜପୁର : ଓଡିଶାରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ ଯାଜପୁର, ବାଲେଶ୍ବର, ପୁରୀ, ମୟୂରଭଞ୍ଜ ଏବଂ ଭୁବନେଶ୍ବରର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେ‌ବେ। ମହାମହିମଙ୍କ ଗସ୍ତକୁ ଆଖି ଆଗରେ ରଖି ଆଜି ଯାଜପୁର ପୌରାଞ୍ଚଳରେ ସବୁ ସ୍କୁଲ୍‌ ଛୁଟି ଘୋଷଣା କରାଯାଇଛି। ଆଜି ରାଷ୍ଟ୍ରପତି ମା’ ବିରଜାଙ୍କ ଦର୍ଶନ ଓ ପିଣ୍ଡଦାନ ଥିବାରୁ ପୌରପାଳିକା ସମେତ ସହର ସଂଲଗ୍ନ ସବୁ ସ୍କୁଲ ବନ୍ଦ ରହିବ। ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ବିଇଓ ଛୁଟି ଘୋଷଣା କରିଛନ୍ତି।

    ଗତକାଲି ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ବରସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ଅବତରଣ କରିଥିଲେ। ବିମାନ ବନ୍ଦରରେ ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁଙ୍କୁ ରାଜ୍ୟପାଳ ଡ. ହରିବାବୁ କମ୍ଭମପାଟି, ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ, ଭୁବନେଶ୍ବର ମେୟର ସୁଲୋଚନା ଦାସ, ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ପୁଲିସ ମହାନିର୍ଦେଶକ ୱାଇ.ବି ଖୁରାନିଆ, ପୁଲିସ ଆୟୁକ୍ତ ଏସ୍‌. ଦେବଦତ୍ତ ସିଂହ ଏବଂ ଖୋର୍ଦ୍ଧା ଜିଲାପାଳ ଅମ୍ରିତ ଋତୁରାଜ ପ୍ରମୁଖ ସ୍ବାଗତ କରିଥିଲେ। ପରେ ସ୍ବତନ୍ତ୍ର ସୁରକ୍ଷା ମଧ୍ୟରେ ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ବିମାନ ବନ୍ଦରରୁ ଲୋକଭବନରେ ପହଞ୍ଚିଥିଲେ। କିଛି ସମୟ ପରେ ଲୋକଭବନରେ କିଛି ସାକ୍ଷାତ କାର୍ଯ୍ୟକ୍ରମ ସାରି ରାତ୍ରିଯାପନ କରିଥିଲେ।

    – Advertisement –
    ଆଜି ସେ ଯାଜପୁର ଗସ୍ତ କରି ବିରଜା ମନ୍ଦିର ପରିଦର୍ଶନ କରି ନାଭିଗୟାଠାରେ ପୂଜାର୍ଚ୍ଚନା କରିବେ। ଅପରାହ୍ଣରେ ବାଲେଶ୍ୱର ଗସ୍ତ କରି ଫକୀରମୋହନ ବିଶ୍ୱବିଦ୍ୟାଳୟର ଦ୍ୱାଦଶ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ। ସେଦିନ ସନ୍ଧ୍ୟାରେ ସେ ପୁରୀ ଗସ୍ତ କରି ଶ୍ରୀଜଗନ୍ନାଥ ମନ୍ଦିର ଯାଇ ଶ୍ରୀଜୀଉଙ୍କ ଦର୍ଶନ, ଆଳତି ଏବଂ ପିଣ୍ଡଦାନ କରିବେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22.5 ° C
    22.5 °
    22.5 °
    88 %
    1.7kmh
    0 %
    Wed
    22 °
    Thu
    30 °
    Fri
    29 °
    Sat
    30 °
    Sun
    30 °

    ସମ୍ବନ୍ଧିତ