Friday, October 9, 2026
30.5 C
Odisha

    ଆଜି ରଥକାଠ ଚିରଟ କାର୍ଯ୍ୟର ଅନୁକୁଳ: ଶ୍ରୀମନ୍ଦିରରୁ ଅଜ୍ଞାମାଳ, ମହାପ୍ରସାଦ ଲାଗି ପରେ ହେବ ଆରମ୍ଭ

    ଆଗକୁ ପଢନ୍ତୁ

    ପୁରୀ : ରାମନବମୀ ଅବସରରେ ରଥକାଠ ଚିରଟର ଶୁଭ ଅନୁକୂଳ ହେବାର ପରମ୍ପରା ରହିଛି । ଏଥିପାଇଁ ଶ୍ରୀମନ୍ଦିରରୁ ଲାଗି ହୋଇଥିବା ମାଳ ମହାପ୍ରସାଦ ନେଇ ଟିମ୍ କଟକ ଅଭିମୁଖେ ଯାତ୍ରା କରିବେ । କଟକ ଖପୁରିଆ ସ୍ଥିତ କରତକଳରେ ଆଜିର ପବିତ୍ର ରାମନବମୀ ତିଥିରେ ମାଳ ମହାପ୍ରସାଦ ଲାଗି ପରେ ରଥକାଠ ଚିରଟ କାର୍ଯ୍ୟ ଆରମ୍ଭ ହେବ । ତିନଟି ଧଉରା କାଠକୁ ଆଜିର ଦିନରେ ମାଳ ମହାପ୍ରସାଦ ଲାଗି କରାଯାଇ ଚିରଟ କାର୍ଯ୍ୟ ଆରମ୍ଭ ହେବାର ବିଧି ରହିଛି ।

    ପ୍ରଥମ ପର୍ଯ୍ୟାୟରେ ପରମ୍ପର ମୁତାବକ ୧୨ ଲମ୍ବ ବିଶିଷ୍ଟ ତିନିଖଣ୍ଡ ଧୌରା କାଠ ଚିରଟ କରାଯାଇଛି । ଚିରଟ ସମୟରେ ପୁରୀ ମନ୍ଦିର ପ୍ରଶାସନର ଅଧିକାରୀ ଓ ରଥ ନିର୍ମାଣ କାର୍ଯ୍ୟରେ ନିୟୋଜିତ ହୋଇ ଥିବା ମହାରଣା ସେବାୟତ ମାନେ ଉପସ୍ଥିତ ଥିଲେ । ଗତ ସରସ୍ବତୀ ପୂଜାରେ ରଥକାଠ ପୂଜାର୍ଚ୍ଚନା କରାଯାଇଥିବା ବେଳେ ଆସନ୍ତା ଅକ୍ଷୟ ତୃତୀୟା ଅବସରରେ ରଥ ନିର୍ମାଣ ଅନୁକୂଳ ହେବାର ପରମ୍ପରା ରହିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    30.5 ° C
    30.5 °
    30.5 °
    50 %
    3.4kmh
    0 %
    Fri
    30 °
    Sat
    30 °
    Sun
    30 °
    Mon
    30 °
    Tue
    30 °

    ସମ୍ବନ୍ଧିତ