Thursday, December 4, 2025
21.6 C
Odisha

    ଆଜି ଶ୍ରୀଜୀଉଙ୍କ ବନକଲାଗି ନୀତି, ସନ୍ଧ୍ୟା ୬ରୁ ରାତି ୧୦ଟା ଯାଏଁ ଦର୍ଶନ ବନ୍ଦ

    ଆଗକୁ ପଢନ୍ତୁ

    ପୁରୀ : ଆଜି ୪ ଘଣ୍ଟା ଜଗା ଦର୍ଶନ ବନ୍ଦ । ଶ୍ରୀମନ୍ଦିରରେ ଆଜି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି। ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ବନକଲାଗି ନୀତି ଆରମ୍ଭ ହେବ। ମାର୍ଗଶିର ମାସ କୃଷ୍ଣ ନବମୀ ତିଥିରେ ଅନୁଷ୍ଠିତ ହେବ ବନକ ଲାଗି ନୀତି । ଏହା ଗୁପ୍ତନୀତି ହୋଇଥିବାରୁ ଏହି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

    ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକ ମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସଂପନ୍ନ କରିବେ । ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ବନକଲାଗି ନୀତି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ । ଏହାପରେ ପୁଣି ମହାପ୍ରଭୁଙ୍କ ଦର୍ଶନ ଆରମ୍ଭ ହେବ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    21.6 ° C
    21.6 °
    21.6 °
    55 %
    0.8kmh
    56 %
    Thu
    27 °
    Fri
    26 °
    Sat
    27 °
    Sun
    26 °
    Mon
    27 °

    ସମ୍ବନ୍ଧିତ