Thursday, September 11, 2025
31 C
Odisha

    ଆଜି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି, ୫ ଘଣ୍ଟା ଜଗା ଦର୍ଶନ ବନ୍ଦ

    ଆଗକୁ ପଢନ୍ତୁ

    ପୁରୀ    ଆଜି ୫ ଘଣ୍ଟା ଜଗା ଦର୍ଶନ ବନ୍ଦ ।  ଶ୍ରୀମନ୍ଦିରରେ ଆଜି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ।  ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ବନକଲାଗି ନୀତି ଆରମ୍ଭ ହେବ । ଏହା ଗୁପ୍ତନୀତି ହୋଇଥିବାରୁ ଏହି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।  ସନ୍ଧ୍ୟା ୫ଟାରୁ ରାତି ୧୦ଟା ଯାଏଁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ ।  ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ବନକଲାଗି ନୀତିରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖ ଶୃଙ୍ଗାର ହୋଇଥାଏ ।  ପରମ୍ପରା ଅନୁଯାୟୀ ଦୁଇପ୍ରହର ଧୂପ ସରିବା ପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି ଆରମ୍ଭ କରାଯିବାର ପରମ୍ପରା ରହିଛି । ଦତ୍ତମହାପାତ୍ର ରତ୍ନ ସିଂହାସନ ଉପରକୁ ଯାଇ ଠାକୁରମାନଙ୍କର ଶ୍ରୀମୁଖ ଶୃଙ୍ଗାର କରନ୍ତି ।

    ତିନି ଦାରୁମୂର୍ତ୍ତିଙ୍କ ମୁଖମଣ୍ଡଳରେ ଶୃଙ୍ଗାରକୁ ‘ବନକଲାଗି ନୀତି’ କୁହାଯାଏ । ଏହି ବନକଲାଗି ନୀତି ପାଇଁ ଏକ ସ୍ୱତନ୍ତ୍ର ସେବାୟତ ଗୋଷ୍ଠୀ ଅଛନ୍ତି । ଏମାନଙ୍କୁ ‘ଦତ୍ତମହାପାତ୍ର’ କୁହାଯାଏ ।  ଏମାନଙ୍କ କାମ ହେଲା ରଙ୍ଗ ପ୍ରସ୍ତୁତ କରିବା ଓ ବିଗ୍ରହଙ୍କ ମୁଖ ଶୃଙ୍ଗାର କରିବା । ରଙ୍ଗ ସହିତ କସ୍ତୁରୀ ଓ କେଶର ଭଳି ଦାମୀ ସୁବାସିତ ପଦାର୍ଥ ବ୍ୟବହୃତ ହୋଇଥାଏ ।  ବଜାରରେ ମିଳୁଥିବା ରଙ୍ଗ ‘ବନକଲାଗି ନୀତି’ରେ ବ୍ୟବହାର ହୁଏନାହିଁ ।  ମହାପ୍ରଭୁଙ୍କ ଲାଗି ଉଦ୍ଦିଷ୍ଟ ରଙ୍ଗଗୁଡିକ ପ୍ରସ୍ତୁତି ପାଇଁ ଭିତରବେଢାର ଉତ୍ତର ପାର୍ଶ୍ବରେ ଏକ ବିଶେଷ କୋଠରୀ ମଧ୍ୟ ରହିଛି ।  ଏହାକୁ ବନକଲାଗି ଘର କୁହାଯାଏ ।  ଏହାପରେ ପୁଣି ମହାପ୍ରଭୁଙ୍କ ଦର୍ଶନ ଆରମ୍ଭ ହେବ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    31 ° C
    31 °
    31 °
    67 %
    1.5kmh
    95 %
    Thu
    31 °
    Fri
    31 °
    Sat
    30 °
    Sun
    31 °
    Mon
    30 °

    ସମ୍ବନ୍ଧିତ