Friday, February 20, 2026
34 C
Odisha

    ଆଜି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି, ୫ ଘଣ୍ଟା ଜଗା ଦର୍ଶନ ବନ୍ଦ

    ଆଗକୁ ପଢନ୍ତୁ

    ପୁରୀ : ଆଜି ୫ ଘଣ୍ଟା ପାଇଁ ଜଗା ଦର୍ଶନ ବନ୍ଦ । ଶ୍ରୀମନ୍ଦିରରେ ଆଜି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି । ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ବନକଲାଗି ନୀତି ଆରମ୍ଭ ହେବ। ମାଘ କୃଷ୍ଣ ଚତୁର୍ଥୀ ତିଥିରେ ଅନୁଷ୍ଠିତ ହେବ ବନକ ଲାଗି ନୀତି। ଏହା ଗୁପ୍ତନୀତି ହୋଇଥିବାରୁ ଏହି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ସନ୍ଧ୍ୟା ୫ଟାରୁ ରାତି ୧୦ଟା ଯାଏଁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକ ମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସଂପନ୍ନ କରିବେ । ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ବନକଲାଗି ନୀତି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ । ଏହାପରେ ପୁଣି ମହାପ୍ରଭୁଙ୍କ ଦର୍ଶନ ଆରମ୍ଭ ହେବ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    34 ° C
    34 °
    34 °
    14 %
    2.9kmh
    2 %
    Fri
    33 °
    Sat
    35 °
    Sun
    36 °
    Mon
    35 °
    Tue
    33 °

    ସମ୍ବନ୍ଧିତ