Tuesday, June 30, 2026
25 C
Odisha

    ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନଭୋଜି ବେଶ, ଜନ୍ମାଷ୍ଟମୀଠାରୁ ଶ୍ରୀକୃଷ୍ଣ ଜନ୍ମନୀତି ପ୍ରକ୍ରିୟା ଆରମ୍ଭ

    ଆଗକୁ ପଢନ୍ତୁ

    ପୁରୀ : ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନଭୋଜି ବେଶ । ଜନ୍ମାଷ୍ଟମୀଠାରୁ ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମନୀତି ପ୍ରକ୍ରିୟା ଆରମ୍ଭ ହୋଇଛି। ଶ୍ରୀମନ୍ଦିରରେ ଯେଉଡ଼ ଭୋଗ ପରେ ଶ୍ରୀକୃଷ୍ଣ ଜନ୍ମନୀତି ଓ ଗତକାଲି ନନ୍ଦଉତ୍ସବ ନୀତି ଅନୁଷ୍ଠିତ ହେବାପରେ ଆଜିଠାରୁ ମହାପ୍ରଭୁଙ୍କୁ ବିଭିନ୍ନ ବେଶରେ ସଜିତ କରାଯିବ । ଆଜି ଭାଦ୍ରକୃଷ୍ଣ ଦଶମୀ ତିଥିରେ ଶ୍ରୀମନ୍ଦିରରେ ବନଭୋଜି ବେଶ ସହ କୋଳିବିକା ନୀତି, ବକାସୁର ବଧ ଓ ଅର୍ଘାସୁର ବଧ ନୀତି ଅନୁଷ୍ଠିତ ହେବ । ସନ୍ଧ୍ୟାଧୂପ ପରେ ଠାକୁରଙ୍କୁ ବନଭୋଜି ବେଶରେ ସଜ୍ଜିତ କରାଯିବ । ଶ୍ରୀଜିଉଙ୍କ ଶ୍ରୀଭୁଜରେ ରୂପା ପିଙ୍ଗଣରେ ସର ଧାରଣ ସହ ଅନ୍ୟ ହସ୍ତରେ ନଉଡି ଧରିଥାନ୍ତି । ବନଭୋଜି ବେଶରେ ଠାକୁରମାନଙ୍କୁ ପ୍ରାୟ ୧୮ ପ୍ରକାର ସ୍ବର୍ଣ୍ଣ ଅଳଙ୍କାରରେ ବିମଣ୍ଡିତ କରାଯାଇଥାଏ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    heavy intensity rain
    25 ° C
    25 °
    25 °
    94 %
    1.1kmh
    100 %
    Tue
    28 °
    Wed
    32 °
    Thu
    31 °
    Fri
    30 °
    Sat
    31 °

    ସମ୍ବନ୍ଧିତ