Thursday, February 5, 2026
30.7 C
Odisha

    ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ

    ଆଗକୁ ପଢନ୍ତୁ

    ଭୁବନେଶ୍ବର : ଶ୍ରୀମନ୍ଦିରରେ ଆଜି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ପାଇଁ ସର୍ବସାଧାରଣ ଜଗା ଦର୍ଶନ  ୫ ଘଣ୍ଟା ବନ୍ଦ ରହିବ। ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ବନକଲାଗି ନୀତି ଆରମ୍ଭ ହେବ । ମାର୍ଗଶୀର ଶୁକ୍ଳ ତ୍ରୟୋଦଶୀ ତିଥିରେ ଅନୁଷ୍ଠିତ ହେବ ବନକ ଲାଗି ନୀତି । ଏହା ଗୁପ୍ତନୀତି ହୋଇଥିବାରୁ ଏହି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ସନ୍ଧ୍ୟା ୫ଟାରୁ ରାତି ୧୦ଟା ଯାଏଁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

    ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକ ମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସଂପନ୍ନ କରିବେ । ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ବନକଲାଗି ନୀତି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ । ଏହାପରେ ପୁଣି ମହାପ୍ରଭୁଙ୍କ ଦର୍ଶନ ଆରମ୍ଭ ହେବ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    30.7 ° C
    30.7 °
    30.7 °
    21 %
    2.5kmh
    0 %
    Thu
    31 °
    Fri
    31 °
    Sat
    31 °
    Sun
    32 °
    Mon
    32 °

    ସମ୍ବନ୍ଧିତ