Saturday, March 21, 2026
26.1 C
Odisha

    ଆଜି ଶ୍ରୀମନ୍ଦିରରେ ହେବ ଶ୍ରୀବିଗ୍ରହଙ୍କ ଖସାପଡ଼ା ନୀତି, ୪ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

    ଆଗକୁ ପଢନ୍ତୁ

    ପୁରୀ : ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଖସାପଡ଼ା ନୀତି ଅନୁଷ୍ଠିତ ହେବ । ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଶ୍ରୀମନ୍ଦିରରେ ସନ୍ଧ୍ୟା ୬ରୁ ରାତି ୧୦ଟା ପର୍ଯ୍ୟନ୍ତ ପ୍ରାୟ ୪ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ସୂଚନା ଦିଆଯାଇଛି ।

    ସୂଚନା ମୁତାବକ, ଶ୍ରୀମନ୍ଦିରରେ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ପରେ ଦଇତାପତି ସେବକମାନେ ରତ୍ନ ସିଂହାସନ ଉପରେ ଚଢ଼ି ୪ଘଣ୍ଟା ଧରି ମହାପ୍ରଭୁଙ୍କ ଏହି ଗୁପ୍ତନୀତି ସମ୍ପାଦନ କରିବେ। ଶ୍ରୀଜୀଉଙ୍କ ଶ୍ରୀପୟର ସୁରକ୍ଷା ଲାଗି ଖସାପଡ଼ା ନୀତି କରାଯାଇ ଥାଏ । ବର୍ଷକରେ ୨ ରୁ ୩ ଥର ଏହି ନୀତି ସମ୍ପାଦନ କରାଯାଇଥାଏ। ଖସାପଡ଼ା ନୀତି ଶେଷ ପରେ ନୀତିକାନ୍ତି ପୂର୍ବ ଭଳି ଆଗକୁ ବଢ଼ିବା ସହ ସାଧାରଣ ଦର୍ଶନ ଆରମ୍ଭ ହେବ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    26.1 ° C
    26.1 °
    26.1 °
    39 %
    0.7kmh
    81 %
    Sat
    25 °
    Sun
    33 °
    Mon
    35 °
    Tue
    38 °
    Wed
    38 °

    ସମ୍ବନ୍ଧିତ