Monday, October 12, 2026
22.3 C
Odisha

    ଆଜି ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକ

    ଆଗକୁ ପଢନ୍ତୁ

    ପୁରୀ : ଆଜି ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଛତିଶାନିଯୋଗ ବୈଠକ ଅନୁଷ୍ଠିତ ହେବ। ଏଥିରେ ରତ୍ନଭଣ୍ଡାର ମରାମତି ସମ୍ପର୍କରେ ଆଲୋଚନା ହୋଇପାରେ। ଏହାସହ ଶ୍ରୀମନ୍ଦିରରେ ପୂଜା ନୀତି ଏବଂ ଅନ୍ୟାନ୍ୟ କାର୍ଯ୍ୟକ୍ରମ କିଭଳି ସହଳ କରାଯାଇ ପାରିବ ସେନେଇ ଆଲୋଚନା ହୋଇ ପରେ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ ହେବ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀଙ୍କ ଅଧ୍ୟକ୍ଷତାରେ ଛତିଶା ନିଯୋଗର ଏହି ଗୁରୁତ୍ବପୂର୍ଣ୍ଣ ବୈଠକ ହେବ। ଆସନ୍ତା ୧୬ରୁ ଆରମ୍ଭ ହେବାକୁ ଥିବା ଶ୍ରୀଜୀଉଙ୍କ ପହିଲି ଭୋଗ ନୀତି ନିର୍ଘଣ୍ଟ, ଜାନୁଆରୀ ୧୩ରେ ଶ୍ରୀମନ୍ଦିରରେ ଦେବାଭିଷେକ ପୂର୍ଣ୍ଣିମା ଏବଂ ୧୪ରେ ମକର ସଂକ୍ରାନ୍ତି ହେବ। ଏ ସଂକ୍ରାନ୍ତ ନୀତି ନିର୍ଘଣ୍ଟ ଉପରେ ଆଲୋଚନା କରାଯିବ ବୋଲି ଜଣାପଡ଼ିଛି। ରତ୍ନଭଣ୍ଡାର ମରାମତି ସମୟରେ ମହାପ୍ରଭୁଙ୍କ ନୀତିକାନ୍ତି ଏବଂ ଶ୍ରଦ୍ଧାଳୁଙ୍କ ଦର୍ଶନରେ ଯେଭଳି ଅସୁବିଧା ନହେବ ସେନେଇ ଆଲୋଚନା ହେବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22.3 ° C
    22.3 °
    22.3 °
    82 %
    1.3kmh
    0 %
    Sun
    22 °
    Mon
    29 °
    Tue
    30 °
    Wed
    30 °
    Thu
    30 °

    ସମ୍ବନ୍ଧିତ