Wednesday, July 16, 2025
25.8 C
Odisha

    ଆଜି ସାମାନ୍ୟ କମିଲା ସୁନା ଦାମ୍‌

    ଆଗକୁ ପଢନ୍ତୁ

    ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜି ସୁନା ଦର । ବିଶେଷ କରି ବଜେଟରେ ସୁନା ଦାମ୍ କମିଥିବା ବେଳେ ଲୋକେ ବେଶ ପ୍ରଭାବିତ ହୋଇ ଆବଶ୍ୟକ ମୁତାବକ ସୁନା କିଣୁଥିବା ଦେଖିବାକୁ ମିଳିଛି । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା, ୯୯, ୨୮୦ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୯୧ ,୦୦୦ ଟଙ୍କା ଛୁଇଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୯୯, ୨୮୦ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୯୧ ହଜାର ୦୦୦ ଟଙ୍କାକୁ ପହଞ୍ଚିଛି ।

    ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୯୯,୨୮୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୯୧ ହଜାର ୦୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୯୯, ୪୩୦ ଟଙ୍କା ଓ ୨୨ କ୍ୟାରେଟ୍ ୯୧,୨୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୯୯,୨୮୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୯୧ ହଜାର ୦୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ର ୯୯, ୨୮୦ ଓ ୯୧ ହଜାର ୦୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧, ୧୪ ,୦୦୦ ଟଙ୍କା ହୋଇଛି ।

    କେମିତି ଜାଣିବେ ସୁନାର ଶୁଦ୍ଧତା ଜାଣନ୍ତୁ –

    ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ ।

    ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ ।

    ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    25.8 ° C
    25.8 °
    25.8 °
    87 %
    1.8kmh
    100 %
    Wed
    26 °
    Thu
    32 °
    Fri
    33 °
    Sat
    30 °
    Sun
    30 °

    ସମ୍ବନ୍ଧିତ