Sunday, October 26, 2025
28.8 C
Odisha

    ଆଜି ସାରା ଓଡ଼ିଶାରେ ବର୍ଷା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ପ୍ରଭାବରେ ବର୍ଷା । ପଶ୍ଚିମ କେନ୍ଦ୍ରୀୟ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର, ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେ ତ୍ର। ଏହା ଦକ୍ଷିଣ ଓଡ଼ିଶା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଛତିଶଗଡ଼ ଦେଇ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବା ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ଆଜି ୩୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୪ ଜିଲ୍ଲା କଳାହାଣ୍ଡି, ନବରଙ୍ଗପୁର,କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ୪ ଜିଲ୍ଲାକୁ ମଧ୍ଯ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । କିଛି ସ୍ଥାନରେ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିପାରେ ।

    ସେହିପରି ବିଜୁଳି, ଘଡ଼ଘଡ଼ି ପାଇଁ ୨୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ଭାରତୀୟ ପାଣିପାଗ ବିଭାଗ । ଆଜି ଓ ଆସନ୍ତାକାଲି ଦକ୍ଷିଣ ଓଡ଼ିଶା ଉପକୂଳସ୍ଥିତ ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଶାନ୍ତ ରହିବାର ଆଶଙ୍କା ଥିବାରୁ ଆସନ୍ତାକାଲି ସମୁଦ୍ର ମଧ୍ୟକୁ ମତ୍ସଜୀବୀଙ୍କ ପ୍ରବେଶକୁ ବାରଣ କରାଯାଇଛି ।

    ଅନ୍ୟପଟେ ଲେଉଟାଣି ନେବ ମୌସୁମୀ । ୧୫ ତାରିଖ ବେଳକୁ ପଶ୍ଚିମ ରାଜସ୍ଥାନର କିଛି ଅଞ୍ଚଳରୁ ଅପସାରଣ ପାଇଁ ପାଗ ଅନୁକୂଳ ବୋଲି ସୂଚନା ଦେଇଛି ଭାରତୀୟ ପାଣିପାଗ କେନ୍ଦ୍ର ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    28.8 ° C
    28.8 °
    28.8 °
    64 %
    2.2kmh
    91 %
    Sun
    28 °
    Mon
    29 °
    Tue
    26 °
    Wed
    25 °
    Thu
    24 °

    ସମ୍ବନ୍ଧିତ