Thursday, October 1, 2026
30.6 C
Odisha

    ଆଜି ସାରା ଦେଶରେ ବ୍ୟାଙ୍କ ଧର୍ମଘଟ, ଠପ୍ ହୋଇପାରେ ସେବା

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ  : ଆଜି ସାରା ଦେଶରେ ବ୍ୟାଙ୍କ ସେବା ଠପ୍ । ୪ ଦଫା ଦାବି ନେଇ ଦେଶବ୍ୟାପୀ ଆନ୍ଦୋଳନ ଡାକରା ଦେଇଛି ୟୁନାଇଟେଡ୍ ଫୋରମ୍ ଅଫ୍ ବ୍ୟାଙ୍କ ୟୁନିଅନ୍ସ ବା UFBU । ବ୍ୟାଙ୍କ କର୍ମଚାରୀଙ୍କ ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା, ପେନସନ ଅପଡେଟ୍, ନୂତନ ନିଯୁକ୍ତି ପ୍ରକ୍ରିୟା ତ୍ୱରାନ୍ୱିତ କରିବା ଭଳି କେତେକ ଦୀର୍ଘଦିନର ଦାବିକୁ ନେଇ UFBU ପକ୍ଷରୁ ଆନ୍ଦୋଳନ ଡାକରା ଦିଆଯାଇଛି । କେନ୍ଦ୍ର ସରକାର ଓ ଇଣ୍ଡିଆନ ବ୍ୟାଙ୍କସ ଆସୋସିଏସନ (IBA) ସହ ଆଲୋଚନା ବିଫଳ ହେବା ପରେ କର୍ମଚାରୀ ସଂଘ କାର୍ଯ୍ୟବନ୍ଦ ଆନ୍ଦୋଳନକୁ ଓହ୍ଲାଇବାକୁ ନିଷ୍ପତ୍ତି ନେଇଛି । ଦାବିଗୁଡ଼ିକ ନେଇ ସମାଧାନ ନହେଲେ ଆନ୍ଦୋଳନକୁ ଆହୁରି ତୀବ୍ର କରାଯିବ ବୋଲି ଚେତାବନୀ ଦିଆଯାଇଛି । ଧର୍ମଘଟ ଯୋଗୁଁ ବ୍ୟାଙ୍କର ଶାଖା ଓ କାର୍ଯ୍ୟାଳୟରେ ସେବା ପ୍ରଭାବିତ ହେବାର ଆଶଙ୍କା ରହିଛି । ​​କେନ୍ଦ୍ର ସରକାର ଓ ଇଣ୍ଡିଆନ୍ ବ୍ୟାଙ୍କସ୍ ଆସୋସିଏସନ୍ ବା IBA ସହ ଆଲୋଚନା ବିଫଳ ହେବା ପରେ କର୍ମଚାରୀ ସଂଘଗୁଡ଼ିକ କାର୍ଯ୍ୟବନ୍ଦ ଆନ୍ଦୋଳନକୁ ଓହ୍ଲାଇବାକୁ ନିଷ୍ପତ୍ତି ନେଇଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    30.6 ° C
    30.6 °
    30.6 °
    54 %
    2.7kmh
    7 %
    Thu
    30 °
    Fri
    30 °
    Sat
    30 °
    Sun
    30 °
    Mon
    31 °

    ସମ୍ବନ୍ଧିତ