Thursday, July 23, 2026
26.9 C
Odisha

    ଆଡପ ମଣ୍ଡପରେ ଆଜି ଶ୍ରୀଜିଉଙ୍କ ସନ୍ଧ୍ୟା ଦର୍ଶନ : ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ

    ଆଗକୁ ପଢନ୍ତୁ

    ପୁରୀ  : କାଲି ବାହୁଡ଼ା, ଆଜି ସନ୍ଧ୍ୟା ଦର୍ଶନ । ଆଜି ନବମୀ ତିଥିରେ ସନ୍ଧ୍ୟା ଦର୍ଶନ କରିବେ ଭକ୍ତ । ଏଥିପାଇଁ ଶ୍ରୀକ୍ଷେତ୍ରରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି । ଶ୍ରୀମନ୍ଦିର ପ୍ରଶାସନର ନିଷ୍ପତ୍ତି ଆଧାରରେ ଆଜି ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଆଡପ ମଣ୍ଡପରେ ସନ୍ଧ୍ୟା ଦର୍ଶନ କରିବେ ଭକ୍ତ । ଭକ୍ତଙ୍କ ଭିଡ ଓ ଶୃଙ୍ଖଳିତ ଦର୍ଶନକୁ ଦୃଷ୍ଟିରେ ରଖି ବ୍ୟାରିକେଡ୍ କୁ ମଧ୍ୟ ସଂପ୍ରସାରଣ କରାଯାଇଛି । ସନ୍ଧ୍ୟା ଦର୍ଶନ ଦିନ ଟିକେଟ୍‌ଧାରୀ ଗର୍ଭଗୃହକୁ ପ୍ରବେଶ କରିପାରିବେ ନାହିଁ । ମାତ୍ର ସେବକ ପରିବାରର ମହିଳାମାନଙ୍କୁ ଏହି ସ୍ବତନ୍ତ୍ର ସୁବିଧା ପ୍ରଦାନ କରାଯିବ । ଦର୍ଶନ ବନ୍ଦ ହେଲେ ମଧ୍ୟ କେବଳ ଆନନ୍ଦବଜାରକୁ ଯିବାଆସିବା କରିବା ପାଇଁ ଶ୍ରୀଗୁଣ୍ଡିଚା ମନ୍ଦିରର ନାକଚଣା ଦ୍ବାର ଖୋଲା ରହିବ ଏବଂ ଆଡ଼ପ ଅବଢ଼ା ରାତି ୧୨ଟା ପର୍ଯ୍ୟନ୍ତ ଉପଲବ୍ଧ ହେବ । ଭକ୍ତମାନେ ନାକଚଣା ଦ୍ବାର ଦେଇ ଆନନ୍ଦବଜାରରୁ ଆଡ଼ପ ଅବଢ଼ା ଆଣିପାରିବେ।

    ସେପଟେ ଆସନ୍ତାକାଲି ବାହୁଡାଯାତ୍ରାର ସମସ୍ତ ନୀତିକାନ୍ତିକୁ ସଅଳ କରିବା ପାଇଁ ଆଜି ସଂଧ୍ୟା ୬ଟାରୁ ପରଠୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ମହାପ୍ରଭୁଙ୍କ ଅନେକ ନୀତିକାନ୍ତି କରାଯିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି । ଆଜି ବିଳମ୍ବିତ ରାତିରେ ଦଇତାପତି ସେବାୟତଙ୍କ ଦ୍ବାରା ଶ୍ରୀମୁଖ ଖଣ୍ଡୁଆ,ବାହୁଟକଣ୍ଟ, କୁସୁମିଲାଗି କରାଯିବା ସହ କୋଠସୁଆଁସିଆ ସେବାୟତଙ୍କ ଦ୍ୱାରା ଚାରମାଳ ବନ୍ଧା ଯିବ । ତାପରେ କୁସୁମି ଲାଗି ହେବ । ବାହୁଡା ଦିନ ସକାଳୁ ସମସ୍ତ ନୀତି ଗୋପାଳବଲ୍ଲଭ ଓ ସକାଳ ଧୂପ ପରେ ସେନାପଟା ଲାଗି ହେବ । ଆସନ୍ତାକାଲି ଶ୍ରୀମନ୍ଦିରକୁ ବାହୁଡ଼ିବେ ଶ୍ରୀଜିଉ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    26.9 ° C
    26.9 °
    26.9 °
    78 %
    5.1kmh
    92 %
    Thu
    29 °
    Fri
    30 °
    Sat
    29 °
    Sun
    31 °
    Mon
    32 °

    ସମ୍ବନ୍ଧିତ