Friday, January 30, 2026
19.6 C
Odisha

    ଆଡ଼ପ ମଣ୍ଡପରେ ଶ୍ରୀଜିଉଙ୍କ ନବମୀ ସନ୍ଧ୍ୟା ଦର୍ଶନ; ଅପରାହ୍ଣ ୫ଟା ଯାଏ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ

    ଆଗକୁ ପଢନ୍ତୁ

    ଗୁଣ୍ଡିଚା ମନ୍ଦିର ଆଡପମଣ୍ଡପରେ ସରି ସରି ଆସୁଛି ମହାପ୍ରଭୁଙ୍କ ଲୀଳାଖେଳା। ଆଉ ଦିନକ ପରେ ଜନ୍ମବେଦୀରୁ ରତ୍ନବେଦୀକୁ ବାହୁଡ଼ିଯିବେ ଚତୁର୍ଦ୍ଧାମୂର୍ତ୍ତି। ରବିବାର ନବମୀ ସନ୍ଧ୍ୟା ଦର୍ଶନ। ସକାଳ ୭ରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଚତୁର୍ଦ୍ଧାବିଗ୍ରହଙ୍କୁ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ। ୫ଟା ପରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ତେବେ ଭକ୍ତମାନେ କିପରି ଶୃଙ୍ଖଳିତ ଭାବେ ଦର୍ଶନ କରିବେ ସେଥିଲାଗି ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି। ଆରମ୍ଭ ହୋଇଯାଇଛି ବାହୁଡା ପ୍ରସ୍ତୁତି। ଶୁକ୍ରବାର ତାଳଧ୍ୱଜ ଏବଂ ଦେବଦଳନ ରଥ ରଥ ଦକ୍ଷିଣ ମୋଡ଼ ହୋଇ ନାକଚଣା ଦ୍ୱାରରେ ଲାଗିଥିଲା। ମାତ୍ର ନୀତି ବିଳମ୍ବ ଯୋଗୁ ନନ୍ଦିଘୋଷ ରଥ ଦକ୍ଷିଣ ମୋଡ଼ ହୋଇ ନ ଥିଲା। ଶନିବାର ସକାଳେ ନନ୍ଦିଘୋଷ ରଥ ନାକଚଣା ଦ୍ୱାରରେ ଲାଗିଛି। ଅପରପକ୍ଷେ ରବିବାର ନବମୀ ସନ୍ଧ୍ୟା ଦର୍ଶନ। ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ, ସକାଳ ୭ଟାରୁ ଦର୍ଶନ ଆରମ୍ଭ ହେବ। ପ୍ରାୟ ଲକ୍ଷାଧିକ ଭକ୍ତ ସନ୍ଧ୍ୟା ଦର୍ଶନ କରିବେ ବୋଲି ପ୍ରଶାସନ ପକ୍ଷରୁ ଆକଳନ କରାଯାଇଛି। ଅପରାହ୍ନ ୫ଟା ପର୍ଯ୍ୟନ୍ତ ହିଁ ସନ୍ଧ୍ୟା ଦର୍ଶନ ଚାଲିବ। ଏହାପରେ ଦର୍ଶନ ବନ୍ଦ ହୋଇ ବାହୁଡ଼ା ଯାତ୍ରା ପାଇଁ ସ୍ୱତନ୍ତ୍ର ନୀତିକାନ୍ତି କରାଯିବ। ସନ୍ଧ୍ୟା ଦର୍ଶନରେ ଭକ୍ତଙ୍କ ଭିଡ଼କୁ ନଜରରେ ରଖି ଗୁଣ୍ଡିଚା ମନ୍ଦିର ସିଂହଦ୍ୱାର ସମ୍ମୁଖରେ ହୋଇଥିବା ବ୍ୟାରିକେଡ ସମ୍ପ୍ରସାରଣ କରାଯିବ। ସନ୍ଧ୍ୟା ଦର୍ଶନ ବ୍ୟବସ୍ଥା କିପରି ଶୃଙ୍ଖଳିତ ଏବଂ ସୁରକ୍ଷିତ ଭାବେ ସମ୍ପନ୍ନ ହେବ ସେ ନେଇ ଶନିବାର ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ଓ ଏସ୍‌‌ପି ପିନାକ ମିଶ୍ର ସ୍ଥିତି ଅନୁଧ୍ୟାନ କରିଛନ୍ତି। ସେହିପରି ମହାପ୍ରଭୁଙ୍କ ନୀତିକାନ୍ତିକୁ ଶୃଙ୍ଖଳିତ କରାଯିବ। ସନ୍ଧ୍ୟା ଦର୍ଶନ ପରେ ରାତିରେ ସେନାପଟା ଲାଗି, ବାହୁଟ କଣ୍ଟ, କୁସୁମୀ ଲାଗି ପରି ସ୍ୱତନ୍ତ୍ର ନୀତି ହେବ ବୋଲି ସୂଚନା ଦିଆଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    19.6 ° C
    19.6 °
    19.6 °
    49 %
    1.7kmh
    43 %
    Fri
    19 °
    Sat
    31 °
    Sun
    31 °
    Mon
    33 °
    Tue
    33 °

    ସମ୍ବନ୍ଧିତ