Friday, October 2, 2026
22.9 C
Odisha

    ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର  : ଗାନ୍ଧିମାର୍ଗରେ ଆନ୍ଦୋଳନରେ ବସିଥିବା ପ୍ରାଥମିକ ଶିକ୍ଷକ ଆନ୍ଦୋଳନରୁ ହଟିଛନ୍ତି। ଏକାମ୍ର ବିଧାୟକ ବାବୁ ସିଂ ଓ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡ଼ୁଙ୍କ ସହ ଆଲୋଚନା ପରେ ସେମାନେ ଆନ୍ଦୋଳନରୁ ଓହରିବାକୁ ନିଷ୍ପତ୍ତି ନେଇଛନ୍ତି। ବିଳମ୍ବିତ ରାତିରେ ବାବୁ ସିଂ ଓ ଟୁଡ଼ୁ ଧାରଣାସ୍ଥଳରେ ପହଞ୍ଚିଥିଲେ। ଶିକ୍ଷକଙ୍କ ଦାବି ପୂରଣ ନେଇ ସରକାର ସକାରାତ୍ମକ ଥିବା ସେମାନେ କହିଥିଲେ। ଏହାପରେ ଆନ୍ଦୋଳନକାରୀଙ୍କ ମଧ୍ୟରୁ ଗୋଟିଏ ଗୋଷ୍ଠୀ ଏଥିରେ ସହମତି ପ୍ରକାଶ କରିଥିଲେ। ପରେ ଶିକ୍ଷକ ସଂଘ ଆନ୍ଦୋଳନକୁ ୭ ଦିନ ପାଇଁ ସ୍ଥଗିତ ରଖାଯାଇଥିଲା। ଯଦି ୭ ଦିନ ଭିତରେ ସରକାରଙ୍କ ସହ ଆଲୋଚନା କରିବାକୁ ସେ ପ୍ରତିଶ୍ରୁତି ଦେଇଥିଲେ।

    ସୂଚନାଯୋଗ୍ୟଯେ, ଗତ ୬ତାରିଖ ଠାରୁ ବିଭିନ୍ନ ଦାବିରେ ଆନ୍ଦୋଳନକୁ ଆସିଥିଲା ପ୍ରାଥମିକ ଶିକ୍ଷକ ମହାସଂଘ। ରାଜ୍ୟର ବିଭିନ୍ନ ଜିଲାରୁ ହଜାର ହଜାର ଶିକ୍ଷକ ଅହୋରାତ୍ର ଧାରଣା ଦେଇଥିଲେ। ୭ ତାରିଖରେ ସଂଘ ସହ ଗଣଶିକ୍ଷା ମନ୍ତ୍ରୀଙ୍କ ସହ ଆଲୋଚନା ହୋଇଥିଲା । କିନ୍ତୁ ଲିଖିତ ପ୍ରତିଶ୍ରୁତି ମିଳିଲେ ଆନ୍ଦୋଳନ ପ୍ରତ୍ୟାହାର କରିବୁ ବୋଲି ଶିକ୍ଷକ ମାନେ କହିଥିଲେ। ଏପରିକି ଗଣଶିକ୍ଷା ମନ୍ତ୍ରୀଙ୍କ ଅନୁରୋଧ ସତ୍ତ୍ୱେ ଆନ୍ଦୋଳନରୁ ହଟିବାକୁ ନାରାଜ ହୋଇଥିଲେ। ଶିକ୍ଷକ ଆନ୍ଦୋଳନକୁ ଆସିଥିବାରୁ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଆନ୍ଦୋଳନକୁ ଯାଇଥିବା ଶିକ୍ଷକଙ୍କ ତଥ୍ୟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ପୁଲିସ ଅନୁମତି ନଥିବାରୁ ସେମାନଙ୍କୁ ନୋଟିସ ଜାରି ହୋଇଥିଲା।

     

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    22.9 ° C
    22.9 °
    22.9 °
    79 %
    1.3kmh
    38 %
    Thu
    23 °
    Fri
    30 °
    Sat
    30 °
    Sun
    30 °
    Mon
    31 °

    ସମ୍ବନ୍ଧିତ