Friday, October 17, 2025
26.8 C
Odisha

    ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

    ଆଗକୁ ପଢନ୍ତୁ

    ଭୁବନେଶ୍ବର : ଆଭ୍ୟନ୍ତରୀଣ ଓଡ଼ିଶାରେ 24 ଘଣ୍ଟା ମଧ୍ୟରେ ପ୍ରବଳ ରହିଛି । ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁରରେ, ଦେବଗଡ଼, ସୋନପୁର, ଅନୁଗୁଳରେ ଆଗାମୀ ୩ ଘଣ୍ଟା ମଧ୍ୟରେ ବର୍ଷା ଓ ଘଡ଼ଘଡ଼ି ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ଉପକୂଳରେ ମଧ୍ୟମ ଧରଣର ବର୍ଷା ଆକଳନ କରାଯାଇଛି । ଦୁଇଦିନ ପାଇଁ ମତ୍ସଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ କରାଯାଇଛି । ସେପଟେ ଆସନ୍ତାକାଲି ପାଇଁ ମଧ୍ୟ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ମୟୂରଭଞ୍ଜ ଏବଂ କେନ୍ଦୁଝରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଗୋଟିଏ କିମ୍ବା ୨ଟି ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା ଏବଂ ଘଡ଼ଘଡ଼ି ଓ ବିଜୁଳି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

    ସେହିପରି ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ଼, ବାଲେଶ୍ବର, ଭଦ୍ରକ ଏବଂ ଯାଜପୁର ଭଳି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ଏହି ଦୁଇଟି ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳରୁ ଅତି ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ସୋନପୁର, ବୌଦ୍ଧ, ନବରଙ୍ଗପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲନାନଗିରି ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସବୁ ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    26.8 ° C
    26.8 °
    26.8 °
    64 %
    1.4kmh
    0 %
    Fri
    28 °
    Sat
    29 °
    Sun
    28 °
    Mon
    28 °
    Tue
    30 °

    ସମ୍ବନ୍ଧିତ