Friday, October 16, 2026
28.4 C
Odisha

    ଆମର ବାର ବର୍ଷର ତପସ୍ୟାକୁ ବିଜେପି ସରକାର ଶୁଖୁଆ ପୋଡ଼ାରେ ସାରିଦେଲେ : ନବୀନ

    ଆଗକୁ ପଢନ୍ତୁ

    କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ବ୍ଲକ ମାଣ୍ଡିପଙ୍କା ଗାଁରେ ଆମ୍ବ ଟାକୁଆ ଜାଉ ଖାଇ ୨ ଜଣ ମହିଳାଙ୍କ ମୃତ୍ୟୁ ସହ ୬ ଜଣ ଗୁରୁତର ହେବା ଘଟଣାକୁ ନେଇ ମୋହନ ସରକାରଙ୍କୁ ଟାର୍ଗେଟ କରିଛନ୍ତି ନବୀନ ପଟ୍ଟନାୟକ। ଆଜି ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ବିଜୁ ଛାତ୍ର ଜନତା ଦଳର ସଭ୍ୟ ସଂଗ୍ରହ ଅଭିଯାନରେ ଯୋଗଦେଇ ମୋହନ ସରକାରଙ୍କ ଟାର୍ଗେଟ କରିବା ସହ କହିଥିଲେ ଆମର ବାର ବର୍ଷର ତପସ୍ୟାକୁ ବିଜେପି ସରକାର ଶୁଖୁଆ ପୋଡ଼ାରେ ସାରିଦେଲେ। ନବୀନ କହିଛନ୍ତି ଆମ ସରକାର ଆରମ୍ଭ କରିଥିବା ବିକାଶ ମୂଳକ ଯୋଜନା ଲୋକଙ୍କୁ ବଞ୍ଚିବାକୁ ଶକ୍ତି ଦେଇଥିଲା । ଏବେ ବିନା କାରଣରେ ଗରିବ ଆଦିବାସୀ ଭାଇ ଭଉଣୀଙ୍କ ଚାଉଳକୁ ବନ୍ଦ କରିଛନ୍ତି । ସେମାନେ ଆମ୍ବ ଟାକୁଆ ଖାଉଛନ୍ତି । ଏହା ବହୁତ ଦୁଃଖର କଥା । ଆଉ ଏଥିରେ ଦୁଇ ଜଣ ମହିଳା ମୃତ୍ୟୁବରଣ କରିବା ସହ ୬ ଜଣ ଗୁରୁତର ହୋଇ ଚିକତ୍ସିତ ହେଉଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    28.4 ° C
    28.4 °
    28.4 °
    73 %
    1.8kmh
    62 %
    Fri
    29 °
    Sat
    30 °
    Sun
    30 °
    Mon
    30 °
    Tue
    30 °

    ସମ୍ବନ୍ଧିତ