Friday, August 28, 2026
28.2 C
Odisha

    ଆମ ବସ୍ କର୍ମଚାରୀଙ୍କ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଦରମା ମିଳିଲାନି ଗାଡ଼ି ଗଡ଼ିଲାନି । ଠିକ୍ ସମୟରେ ଦରମା ନମିଳିବାରୁ ପ୍ରତିବାଦକୁ ଓହ୍ଲାଇଛନ୍ତି ଆମ ବସ କର୍ମଚାରୀ । ଆଜି ପୋଖରୀପୁଟ ଡିପୋର ବସ କର୍ମଚାରୀ ଏକାଠି ଷ୍ଟିଅରିଂ ଛାଡ ଆନ୍ଦୋଳନ କରିଛନ୍ତି । ୪୩ଟି ବସ ବନ୍ଦ ପଡ଼ିଥିବାରୁ ଯାତ୍ରୀ ହନ୍ତସନ୍ତ ହେଉଛନ୍ତି । କୌଣସି ସାମାଜିକ ସୁରକ୍ଷା ବିନା ବସ ଚାଳକମାନେ ଗାଡ଼ି ଚଳାଉଛନ୍ତି । ଆଜି ୪୨ ଦିନ ବିତିଯାଇଥିଲେ ବି ଦରମା ପାଇନଥିବାରୁ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ କରିଛନ୍ତି ଆମ ବସ୍ ଡ୍ରାଇଭର ।

    ସୂଚନା ଅନୁସାରେ ପ୍ରତିମାସ ୧୦ ତାରିଖ ମଧ୍ୟରେ ଦରମା ମିଳିବା କଥା । କିନ୍ତୁ ଗତମାସ ୧୧ ତାରିଖରେ ଦରମା ମିଳିଥିବା ବେଳେ ଏ ମାସରେ ଏପର୍ଯ୍ୟନ୍ତ ଦରମା ମିଳିନାହିଁ । ତିନିଦିନ ହେବ ଚକା ଟ୍ରାନ୍ସପୋର୍ଟ ପକ୍ଷରୁ ଭୁତାଉଛନ୍ତି କିନ୍ତୁ ଆକାଉଣ୍ଟକୁ ଟଙ୍କା ଆସୁନି । ଏମିତିକି ରେଷ୍ଟ ରୁମ ନାହିଁ, ଓଭର ଡ୍ୟୁଟିର ଚାପ ରହୁଛି, ୪ ଦିନ ସାପ୍ତାହିକ ଛୁଟି ମିଳୁନାହିଁ, ଇଏସଆଇ ମିଳୁନାହିଁ, କ୍ରୁଟ୍ ଦେଉଥିବା ଦରମା ମଧ୍ୟ ପାଉନଥିବା ଅଭିଯୋଗ କରିଛନ୍ତି କର୍ମଚାରୀ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    28.2 ° C
    28.2 °
    28.2 °
    76 %
    3.9kmh
    53 %
    Fri
    30 °
    Sat
    30 °
    Sun
    27 °
    Mon
    27 °
    Tue
    23 °

    ସମ୍ବନ୍ଧିତ