Sunday, February 1, 2026
30 C
Odisha

    ଆରବିଆଇର ନୂଆ ଡେପୁଟି ଗଭର୍ଣ୍ଣରଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ଵର : ଶିରୀଶ ଚନ୍ଦ୍ର ମୁର୍ମୁ ଭାରତୀୟ ରିଜର୍ଭ ବ୍ୟାଙ୍କର ଡେପୁଟି ଗଭର୍ଣ୍ଣର ଭାବେ ନିଯୁକ୍ତି ପାଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶିରୀଶ ଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି ଶିରୀଶ ମୁର୍ମୁ ଭାରତୀୟ ରିଜର୍ଭ ବ୍ୟାଙ୍କର ଡେପୁଟି ଗଭର୍ଣ୍ଣର ଭାବେ ନିଯୁକ୍ତ ହୋଇଥିବାରୁ ମୁଁ ତାଙ୍କୁ ଶୁଭେଚ୍ଛା ଏବଂ ଅଭିନନ୍ଦନ ଜଣାଉଛି। ଜଣେ ସୁଯୋଗ୍ୟ ଓଡିଆ ଦେଶର ସର୍ବୋଚ୍ଚ ବ୍ୟାଙ୍କରେ ଏପରି ଏକ ଗୁରୁତ୍ଵପୂର୍ଣ୍ଣ ପଦବୀରେ ଅବସ୍ତାପିତ ହେବା ଆମ ସମସ୍ତଙ୍କ ପାଇଁ ଗର୍ବ ଓ ଗୌରବର କଥା। ଆରବିଆଇର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଭାବରେ ତାଙ୍କର ଦୀର୍ଘ ଦିନର ଅଭିଜ୍ଞତା ଓ କାର୍ଯ୍ୟଦକ୍ଷତା ଦେଶର ଆର୍ଥିକ ବ୍ୟବସ୍ଥା ଓ ଅର୍ଥନୀତିକୁ ଆହୁରି ସୁଦୃଢ଼ କରିବାରେ ସହାୟକ ହେବ ବୋଲି ମୋର ଦୃଢ଼ ବିଶ୍ୱାସ । ତେବେ ଶିରୀଶ ଚନ୍ଦ୍ର ମୁର୍ମୁ ହେଉଛନ୍ତି ଜମ୍ମୁ କାଶ୍ମୀରର ପ୍ରଥମ ଲେଫ୍ଟନାଣ୍ଟ ଗଭର୍ଣ୍ଣର ଗିରୀଶ ଚନ୍ଦ୍ର ମୁର୍ମୁଙ୍କ ସାନ ଭାଇ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    30 ° C
    30 °
    30 °
    26 %
    3.2kmh
    87 %
    Sun
    28 °
    Mon
    31 °
    Tue
    31 °
    Wed
    32 °
    Thu
    33 °

    ସମ୍ବନ୍ଧିତ