Wednesday, October 7, 2026
27.2 C
Odisha

    ଆରବିଆଇର ନୂଆ ଡେପୁଟି ଗଭର୍ଣ୍ଣରଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ଵର : ଶିରୀଶ ଚନ୍ଦ୍ର ମୁର୍ମୁ ଭାରତୀୟ ରିଜର୍ଭ ବ୍ୟାଙ୍କର ଡେପୁଟି ଗଭର୍ଣ୍ଣର ଭାବେ ନିଯୁକ୍ତି ପାଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶିରୀଶ ଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି ଶିରୀଶ ମୁର୍ମୁ ଭାରତୀୟ ରିଜର୍ଭ ବ୍ୟାଙ୍କର ଡେପୁଟି ଗଭର୍ଣ୍ଣର ଭାବେ ନିଯୁକ୍ତ ହୋଇଥିବାରୁ ମୁଁ ତାଙ୍କୁ ଶୁଭେଚ୍ଛା ଏବଂ ଅଭିନନ୍ଦନ ଜଣାଉଛି। ଜଣେ ସୁଯୋଗ୍ୟ ଓଡିଆ ଦେଶର ସର୍ବୋଚ୍ଚ ବ୍ୟାଙ୍କରେ ଏପରି ଏକ ଗୁରୁତ୍ଵପୂର୍ଣ୍ଣ ପଦବୀରେ ଅବସ୍ତାପିତ ହେବା ଆମ ସମସ୍ତଙ୍କ ପାଇଁ ଗର୍ବ ଓ ଗୌରବର କଥା। ଆରବିଆଇର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଭାବରେ ତାଙ୍କର ଦୀର୍ଘ ଦିନର ଅଭିଜ୍ଞତା ଓ କାର୍ଯ୍ୟଦକ୍ଷତା ଦେଶର ଆର୍ଥିକ ବ୍ୟବସ୍ଥା ଓ ଅର୍ଥନୀତିକୁ ଆହୁରି ସୁଦୃଢ଼ କରିବାରେ ସହାୟକ ହେବ ବୋଲି ମୋର ଦୃଢ଼ ବିଶ୍ୱାସ । ତେବେ ଶିରୀଶ ଚନ୍ଦ୍ର ମୁର୍ମୁ ହେଉଛନ୍ତି ଜମ୍ମୁ କାଶ୍ମୀରର ପ୍ରଥମ ଲେଫ୍ଟନାଣ୍ଟ ଗଭର୍ଣ୍ଣର ଗିରୀଶ ଚନ୍ଦ୍ର ମୁର୍ମୁଙ୍କ ସାନ ଭାଇ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    27.2 ° C
    27.2 °
    27.2 °
    82 %
    0.6kmh
    37 %
    Wed
    25 °
    Thu
    30 °
    Fri
    30 °
    Sat
    30 °
    Sun
    30 °

    ସମ୍ବନ୍ଧିତ