Friday, September 20, 2024
24.1 C
Odisha

    ଆସନ୍ତାକାଲିଠୁ ବଢିବ ବର୍ଷା, ଏହିସବୁ ଜିଲ୍ଲାରେ ପ୍ରବଳ ଛେଚିବ

    ଆଗକୁ ପଢନ୍ତୁ

    ଘୂର୍ଣ୍ଣିବଳୟ ସାଙ୍ଗକୁ ସକ୍ରିୟ ରହିଛି ମୌସୁମୀ ବାୟୁ । ପ୍ରଭାବରେ ଆସନ୍ତାକାଲିଠୁ ବଢିବ ବର୍ଷା । ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଝାଡ଼ଖଣ୍ଡ ଓ ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କିଛି କିଛି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷାର ସମ୍ଭାବନା ରହିଛି । ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା,କଟକ, ଜଗତସିଂହପୁର, ସୁନ୍ଦରଗଡ଼,ଝାରସୁଗୁଡ଼ା, ବରଗଡ, ସମ୍ବଲପୁର, ଦେଓଗଡ଼, ଅନୁଗୁଳ, ଢେଙ୍କାନାଳ, କେଉଁଝର, ମୟୂରଭଞ୍ଜରେ ରହିବ ବର୍ଷାର ପ୍ରଭାବ । ୬ ଜିଲ୍ଲାରେ ୭ ରୁ ୧୧ ସେମି ବର୍ଷା ସମ୍ଭାବନା ଥିବାରୁ ଏହି ସବୁ ଜିଲ୍ଲାକୁ ୟଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୧୪ ତାରିଖ ପାଇଁ ୪ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ । ୧୮ ତାରିଖକୁ ବଦଳିବ ପାଗ । ଚଳିତ ମୌସୁମୀ ସିଜିନରେ ରାଜ୍ୟରେ ଜୁନ ୧ରୁ ଏଯାବତ ୬୩୪ ଦଶମିକ ୯ ମିଲିମିଟର ବର୍ଷା ରେକର୍ଡ ହୋଇଛି । ଏବେବି ୯ ପ୍ରତିଶତ ନିଅଁଟିଆ ବର୍ଷା ହୋଇଥିବା ସୂଚନା ଦେଇଛି ପାଣିପାଗ କେନ୍ଦ୍ର । ଗୋଟିଏ ଜିଲ୍ଲା ମାଲକାନଗିରିରେ ସ୍ଵାଭାବିକ ଠାରୁ ଅତ୍ୟଧିକ ବର୍ଷା ହୋଇଥିବା ବେଳେ ୪ ଜିଲ୍ଲାରେ ଅଧିକ ବର୍ଷା ଓ ୧୬ ଜିଲ୍ଲାରେ ସ୍ୱାଭାବିକ ଓ ବାକି ୧୦ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.1 ° C
    24.1 °
    24.1 °
    91 %
    1kmh
    100 %
    Thu
    24 °
    Fri
    31 °
    Sat
    31 °
    Sun
    30 °
    Mon
    30 °

    ସମ୍ବନ୍ଧିତ