Tuesday, November 17, 2026
25.5 C
Odisha

    ଆସନ୍ତାକାଲିଠୁ ବିଧାନସଭା ଶୀତ ଅଧିବେଶନ, ଆଜି ସର୍ବଦଳୀୟ ବୈଠକ

    ଆଗକୁ ପଢନ୍ତୁ

    ଭୁବନେଶ୍ବର : ଆସନ୍ତାକାଲିଠୁ ବିଧାନସଭା ଶୀତ ଅଧିବେଶନ । ଆଜି ବସିବ ସର୍ବଦଳୀୟ ବୈଠକ । ଅଧିବେଶନ ସୁରୁଖୁରୁରେ ଚଳାଇବାକୁ ବାଚସ୍ପତି ସବୁ ଦଳର ସହଯୋଗ ଲୋଡିବେ । ବିଧାନସଭାରେ ୧୧ଟାରେ ବସିବ ବୈଠକ। ଅନ୍ୟପଟେ ଆଜି ବିରୋଧୀ-ଶାସକ ରଣନୀତି ମଧ୍ୟ ପ୍ରସ୍ତୁତ କରିବେ । ଶଙ୍ଖ ଭବନରେ ସନ୍ଧ୍ୟା ୫ଟାରେ ବିଜେଡି ବିଧାୟକ ଦଳ ବୈଠକ ବସି ରଣନୀତି ପ୍ରସ୍ତୁତ କରିବେ । ସନ୍ଧ୍ୟା ୬ଟାରେ ବିଧାନସଭା ୫୪ ନଂ ହଲରେ ଶାସକ ବିଜେପି ବିଧାୟକ ଦଳ ବୈଠକ ବସିବ। ସପ୍ତଦଶ ବିଧାନସଭାର ଶୀତକାଳୀନ ଅଧିବେଶନ ନଭେମ୍ବର ୧୮ ରୁ ଆରମ୍ଭ ହୋଇ ଡିସେମ୍ବର ୩୧ ପର୍ଯ୍ୟନ୍ତ ଚାଲିବ ।

    ମୋଟ ୪୪ ଦିନର ଅଧିବେଶନରେ ୩୩ଟି କାର୍ଯ୍ୟଦିବସ ରହିଛି। ନଭେମ୍ବର ୧୮ରେ ପ୍ରଥମ ଦିନରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପ୍ରଥମ ଅତିରିକ୍ତ ବ୍ୟୟବରାଦ ଚିଠା ଆଗତ କରାଯିବ। ନଭେମ୍ବର ୨୫ରୁ ୨୭ ମଧ୍ୟରେ ଅତିରିକ୍ତ ବ୍ୟୟବରାଦର ଖର୍ଚ୍ଚ ଦାବି ଉପରେ ଆଲୋଚନା ଓ ବିତର୍କ ହେବ। ନଭେମ୍ବର ୩୦ରେ ୨୦୨୬-୨୭ ଆର୍ଥିକ ବର୍ଷର ପ୍ରଥମ ଅତିରିକ୍ତ ବ୍ୟୟବରାଦ ସମ୍ପର୍କିତ ବିନିଯୋଗ ବିଲ୍ ଗୃହରେ ଉପସ୍ଥାପିତ ହେବ । ଶୀତ ଅଧିବେଶନ ବେଶ ସରଗରମ ରହିପାରେ। ବନ୍ୟା ମୁକାବିଲାରେ ରାଜ୍ୟ ସରକାରଙ୍କ ବିଫଳତା, କୋଟିଆ, ମହାନଦୀ ଏବଂ ଆଇନଶୃଙ୍ଖଳା ଭଳି ପ୍ରସଙ୍ଗ ଉଠାଇ ସରକାରଙ୍କୁ ଘେରିବାକୁ ଯୋଜନା କରିଛନ୍ତି ବିରୋଧୀ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    25.5 ° C
    25.5 °
    25.5 °
    58 %
    1.8kmh
    99 %
    Tue
    27 °
    Wed
    26 °
    Thu
    26 °
    Fri
    20 °
    Sat
    22 °

    ସମ୍ବନ୍ଧିତ