Wednesday, April 8, 2026
22.9 C
Odisha

    ଆସନ୍ତାକାଲି ଠାରୁ ପିଜି ପାଇଁ ନିବେଦନ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଶିକ୍ଷାବର୍ଷ ୨୦୨୬-୨୭ ପାଇଁ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ପାଇଁ ଵିଜ୍ଞପ୍ତି ପ୍ରକାଶ ପାଇଛି। ଉଚ୍ଚଶିକ୍ଷା ବିଭାଗ ଏନେଇ ନୂଟିସ ଜାରି କରିଛି। ଏବର୍ଷ ନାମଲେଖା ପ୍ରକିୟାକୁ ଶୀଘ୍ର ଆରମ୍ଭ କରିବା ପାଇଁ ନିଷ୍ପତ୍ତି ନେଇଛି ବିଭାଗ।

    ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମ ଲେଖାଇବାକୁ ପ୍ରତିବର୍ଷ ପରି ଏବର୍ଷ ମଧ୍ୟ Common PG Entrance Test (CPET) ପରୀକ୍ଷାରେ ଅଂଶଗ୍ରହଣ କରିବାକୁ ପଡ଼ିବ। CPET ପ୍ରବେଶିକା ପରୀକ୍ଷା ପାଇଁ ଛାତ୍ରଛାତ୍ରୀମାନେ ଫେବୃଆରୀ ୨୭ରୁ ମାର୍ଚ୍ଚ ୧୫ ପର୍ଯ୍ୟନ୍ତ ସାମ୍ସ (SAMS) ପୋର୍ଟାଲକୁ ଯାଇ Common Application Form (CAF) ପୂରଣ କରିବେ। ଏପ୍ରିଲ ୨୭ ତାରିଖରୁ ମେ ୧୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ସ୍ନାତକୋତ୍ତର ବିଷୟ ପାଇଁ CPET ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ପ୍ରବେଶିକା ପରୀକ୍ଷାରେ ରଖିଥିବା ମାର୍କ ଆଧାରରେ ହିଁ ଛାତ୍ରଛାତ୍ରୀମାନଙ୍କୁ ସ୍ନାତକୋତ୍ତର ପାଠ୍ୟକ୍ରମ ପାଇଁ ଚୟନ କରାଯିବ। ସେହିପରି ଜୁଲାଇ ୧୦ ସୁଦ୍ଧା ସମସ୍ତ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟରେ ସ୍ନାତକୋତ୍ତର ପାଠ୍ୟକ୍ରମକୁ ଆରମ୍ଭ କରିବା ପାଇଁ ଲକ୍ଷ୍ୟ ରଖାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    22.9 ° C
    22.9 °
    22.9 °
    85 %
    1.8kmh
    18 %
    Wed
    38 °
    Thu
    37 °
    Fri
    39 °
    Sat
    39 °
    Sun
    40 °

    ସମ୍ବନ୍ଧିତ