Sunday, September 20, 2026
28.5 C
Odisha

    ଆସନ୍ତାକାଲି ଦିନ ୧୧ଟା ପର୍ଯ୍ୟନ୍ତ ଲୋକସଭା ମୁଲତବୀ

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ : ଆସନ୍ତାକାଲି ସକାଳ ୧୧ଟା ପର୍ଯ୍ୟନ୍ତ ଗୃହ ମୁଲତବୀ। ଆଜି ବାରମ୍ବାର ଗୃହ ମୁଲତବୀ ହେବା ପରେ ଦିନ ୨ଟା ପରେ ଗୃହ କାର୍ଯ୍ୟ ଆରମ୍ଭ ହୋଇଥିଲା । ଏତିକି ବେଳେ ବାଚସ୍ପତି କହିଛନ୍ତି ଯେ ଗତକାଲି ଗୃହରେ କିଛି ବିରୋଧୀ କଂଗ୍ରେସ ସଦସ୍ୟମାନେ ଯେଉଁଭଳି ବ୍ୟବହାର ପ୍ରଦର୍ଶନ କରିଲେ ତାହା ସଂସଦର ଗରିମାକୁ କ୍ଷୁର୍ଣ୍ଣ କରିଛି । ପ୍ରଧାନମନ୍ତ୍ରୀଙ୍କ ଉପରେ ଆକ୍ରମଣ କରିବାକୁ ଷଡଯନ୍ତ୍ର ହୋଇଥିବା ତାଙ୍କୁ ବିଶେଷ ସୂତ୍ରରୁ ଖବର ମିଳିଥିଲା।

    ସେଥିପାଇଁ ସେ ପ୍ରଧାନମନ୍ତ୍ରୀଙ୍କୁ ଗୃହକୁ ନଆସିବାକୁ ଅନୁରୋଧ କରିଥିଲେ । ପ୍ରଧାନମନ୍ତ୍ରୀ ବାଚସ୍ପତିଙ୍କ ଅନୁରୋଧକୁ ରକ୍ଷା କରିଥିଲେ ଏବଂ ଗୃହକୁ ଆସିନଥିଲେ। ଗୃହରେ ପେପର ଚିରିବା, ଫିଙ୍ଗିବା, ଏବଂ ବିକ୍ଷୋଭ କରିବ ଓ ପୋଷ୍ଟର ଦେଖାଇବା ଚଳିବ ନାହିଁ ବୋଲି ବାଚସ୍ପତି ସିଧାସଳଖ କହିଛନ୍ତି । ଏହାପରେ ବାଚସ୍ପତି ଗୃହ କାର୍ଯ୍ୟକୁ ଆସନ୍ତାକାଲି ୧୧ଟା ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    28.5 ° C
    28.5 °
    28.5 °
    72 %
    2.1kmh
    70 %
    Sun
    30 °
    Mon
    31 °
    Tue
    31 °
    Wed
    31 °
    Thu
    24 °

    ସମ୍ବନ୍ଧିତ