Saturday, October 10, 2026
27.9 C
Odisha

    ଆସନ୍ତାକାଲି ବିଧାନସଭା ଅଧିବେସନ, ଆଜି ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ବସିବ ସର୍ବଦଳୀୟ ବୈଠକ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଆସନ୍ତାକାଲିଠୁ ବିଧାନସଭାର ବଜେଟ୍ ଅଧିବେଶନ । ଫେବୃଆରୀ ୧୩ରୁ ୨୧ ପର୍ଯ୍ୟନ୍ତ ପ୍ରଥମ ଏବଂ ମାର୍ଚ୍ଚ ୭ରୁ ଏପ୍ରିଲ ୫ ପର୍ଯ୍ୟନ୍ତ ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ଚାଲିବ । ଫେବୃଆରୀ ୧୭ରେ ଅର୍ଥମନ୍ତ୍ରୀ ଦାୟିତ୍ବରେ ଥିବା ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ ଉପସ୍ଥାପନ କରିବେ । ଏହି ଅଧିବେଶନ ୨୮ଦିନ ଚାଲିବାକୁ ଥିବାବେଳେ ଆଜି ପୂର୍ବାହ୍ଣ ୧୧ଟାରେ ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ବସିବ । ଏଥର ଦୁଇଟି ପର୍ୟ୍ୟାୟରେ ହେବ ବଜେଟ୍ ଅଧିବେଶନ ।ଏହି ବୈଠକରେ ସପ୍ତଦଶ ବିଧାନସଭା ତୃତୀୟ ଅଧିବେଶନ ଗୃହକାର୍ଯ୍ୟ ସମ୍ପାଦନ ସମ୍ପର୍କରେ ଆଲୋଚନା କରାଯିବ । ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ, ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ବିଜେଡି ବିଧାୟକ ଦଳର ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ, ବିଜେପିର ବରିଷ୍ଠ ବିଧାୟକ ଜୟନାରାୟଣ ମିଶ୍ର ଏବଂ ବିଧାୟକ ଲକ୍ଷ୍ମଣ ମୁଣ୍ଡା ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ଅଧିବେଶନରେ ସରକାରଙ୍କୁ ଘେରିବା ପାଇଁ ବିରୋଧୀ ବିଜେଡି ଓ କଂଗ୍ରେସ ରଣନୀତି ପ୍ରସ୍ତୁତ କରିଥିବା ଜଣାପଡିଛି । ଅନ୍ୟପଟେ ବିରୋଧୀଙ୍କୁ ମୁକାବିଲା କରିବା ପାଇଁ ଶାସକ ଦଳ ଯୋଜନା ପ୍ରସ୍ତୁତ କରିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    27.9 ° C
    27.9 °
    27.9 °
    72 %
    1.6kmh
    0 %
    Sat
    25 °
    Sun
    30 °
    Mon
    30 °
    Tue
    30 °
    Wed
    30 °

    ସମ୍ବନ୍ଧିତ