ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଫେବୃୟାରୀ ୫ରେ ଉତ୍ତର ପ୍ରଦେଶର ପ୍ରୟାଗରାଜ ଯିବେ । ମୋଦି ସଙ୍ଗମ ସ୍ଥଳରେ ବୁଡ଼ ପକାଇବେ । ସକାଳ ପ୍ରାୟ ୧୦ଟାରେ ମୋଦି ପ୍ରୟାଗରାଜ ଏୟାରପୋର୍ଟରେ ପହଞ୍ଚିବେ । ସେଠାରୁ ସେ ଡିପିଏସ୍ ହେଲିପ୍ୟାଡ୍ ଯିବେ । ସକାଳ ୧୦ଟା ୪୫ ମିନିଟରେ ମୋଦି ଅରେଲ ଘାଟରେ ପହଞ୍ଚିବେ । ଅରେଲ ଘାଟରେ ଡଙ୍ଗାରେ ବସି ମହାକୁମ୍ଭ ସଙ୍ଗମ ସ୍ଥଳକୁ ଯିବେ । ସଙ୍ଗମ ସ୍ଥଳରେ ସକାଳ ୧୧ଟାରେ ପବିତ୍ର ସ୍ନାନ କରିବେ ପ୍ରଧାନମନ୍ତ୍ରୀ ମୋଦି । ମହାକୁମ୍ଭ ମେଳାରେ ସକାଳ ୧୧ଟାରୁ ୧୧ଟା ୩୦ ପର୍ଯ୍ୟନ୍ତ ସମୟ ପ୍ରଧାନମନ୍ତ୍ରୀଙ୍କ ପାଇଁ ସଂରକ୍ଷିତ ରହିଛି ।ସଙ୍ଗମରେ ବୁଡ଼ ପକାଇବା ପରେ ପିଏମ୍ ମୋଦି ୧୧ଟା ୪୫ରେ ଡଙ୍ଗାରେ ବସି ଅରେଲ ଘାଟ ଫେରିବେ । ଏଠାରୁ ସେ ଡିପିଏସ୍ ହେଲିପ୍ୟାଡ୍ ହୋଇ ପ୍ରୟାଗରାଜ ଏୟାରପୋର୍ଟରେ ପହଞ୍ଚିବେ । ପ୍ରଧାନମନ୍ତ୍ରୀ ଦ୍ୱିପ୍ରହର ୧୨ଟା ୩୦ରେ ବାୟୁସେନାର ବିମାନ ଯୋଗେ ପ୍ରୟାଗରାଜରୁ ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ ।