Sunday, November 22, 2026
22.1 C
Odisha

    ଆସନ୍ତାକାଲି ମହାପ୍ରଭୁଙ୍କ ବନକଲାଗି ନୀତି, ୬ ଘଣ୍ଟା ବନ୍ଦ ରହିବ ଦର୍ଶନ

    ଆଗକୁ ପଢନ୍ତୁ

    ବୁଧବାରବୈଶାଖ କୃଷ୍ଣ ଅମାବାସ୍ୟା ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏତତ୍ ବ୍ୟତୀତ କାଲି ଅନବସର ପିଣ୍ଡିରେ ଅନବସର ନୀତି ସଂମ୍ପୃକ୍ତ କେତେକ ଆନୁଷଙ୍ଗିକ କାର୍ଯ୍ୟ ମଧ୍ୟ ସମ୍ପାଦିତ ହେବ। ଏଣୁ ଦ୍ଵିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ୬ଟାରୁ ରାତ୍ର ୧୨ ଟା ପର୍ଯ୍ୟନ୍ତ ୬ ଘଣ୍ଟା ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ଅତ୍ୟନ୍ତ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ଚତୁର୍ଦ୍ଧା ମୂରତିଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ। କିନ୍ତୁ ପାର୍ଶ୍ଵ ଦେବାଦେବୀଙ୍କୁ ଦର୍ଶନର ସୌଭାଗ୍ୟ ପାଇବେ ଭକ୍ତ ଶ୍ରଦ୍ଧାଳୁ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି। ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଯେତିକି ସମୟ ଏହି ନୀତି ଚାଲେ ସେହି ସମୟରେ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ରୁହେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22.1 ° C
    22.1 °
    22.1 °
    94 %
    0.4kmh
    4 %
    Sun
    28 °
    Mon
    28 °
    Tue
    28 °
    Wed
    28 °
    Thu
    27 °

    ସମ୍ବନ୍ଧିତ