Saturday, March 14, 2026
22 C
Odisha

    ଆସନ୍ତାକାଲି ଶ୍ରୀକ୍ଷେତ୍ରରେ ବଡ଼ବଡ଼ିଆ ଡାକିବେ ଶ୍ରଦ୍ଧାଳୁ, ସୁରକ୍ଷା ଦାୟିତ୍ବରେ ୨୮ ପ୍ଲାଟୁନ ପୋଲିସ ଫୋର୍ସ ନିୟୋଜିତ

    ଆଗକୁ ପଢନ୍ତୁ

    ପୁରୀ : ଆସନ୍ତାକାଲି ପବିତ୍ର ଦୀପାବଳି ବା ପୟାଶ୍ରାଦ୍ଧ। ଶ୍ରୀକ୍ଷେତ୍ରରେ କାଉଁରିଆ କାଠି ଜାଳି ବଡ଼ବଡ଼ିଆ ଡାକିବେ ଶ୍ରଦ୍ଧାଳୁ  । ଶ୍ରୀମନ୍ଦିର ସିଂହଦ୍ଵାର ଠାରେ ପ୍ରବଳ ଭକ୍ତଙ୍କ ସମାଗମ ହେବ । ଭକ୍ତଙ୍କ ସୁରକ୍ଷା, ଶୃଙ୍ଖଳିତ ଭାବେ ବଡ଼ବଡ଼ିଆ ଡାକିବା ପାଇଁ ପୁରୀ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ସୁରକ୍ଷା ଦାୟିତ୍ବରେ ୨୮ ପ୍ଲାଟୁନ ପୋଲିସ ଫୋର୍ସ ସହିତ ୪ ଜଣ ଅତିରିକ୍ତ ଏସପି , ୧୫ ଡିଏସପି, ୧୪ ଜଣ ଇନ୍ସପେକ୍ଟର ମୁତୟନ ହେବେ । ସିଂହଦ୍ଵାର ନିକଟରେ କାଉଁରିଆ କାଠି ଜାଳି ବଡ଼ବଡ଼ିଆ ଡାକିବା ପାଇଁ ଚାରୋଟି ସ୍ଥାନ ନିରୂପଣ କରାଯାଇଛି । ୨୦ ଏବଂ ୨୧ ତାରିଖ ଦୁଇଦିନ ପାଇଁ କରାଯାଇଛି ବ୍ୟବସ୍ଥା । ଭୋର ୪ ଟା ରୁ ରାତି ୧୦ ଟା ଯାଏଁ ଲାଗୁ ହେବ ଟ୍ରାଫିକ କଟକଣା । ମାର୍କେଟ ଛକ ଠାରୁ ନୋ ଭେହିକିଲ ଜୋନ୍ କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22 ° C
    22 °
    22 °
    43 %
    1.5kmh
    0 %
    Sat
    38 °
    Sun
    38 °
    Mon
    39 °
    Tue
    38 °
    Wed
    36 °

    ସମ୍ବନ୍ଧିତ