Friday, October 18, 2024
29.5 C
Odisha

    ଆସନ୍ତାକାଲି ସୁଦ୍ଧା ଆଉ ଏକ ଲଘୁଚାପ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଆସୁଛି ଆଉ ଏକ ଲଘୁଚାପ ।  ଆସନ୍ତାକାଲି ସୁଦ୍ଧା ସୃଷ୍ଟି ହୋଇପାରେ ଲଘୁଚାପ । ବାୟୁମଣ୍ଡଳରେ ଏକ ସାଇକ୍ଲୋନିକ ସର୍କୁଲେସନ ସୃଷ୍ଟି ହୋଇଛି ।  ଏହାର ପ୍ରଭାବରେ ଆଗାମୀ ଦୁଇ ଦିନ ମଧ୍ୟରେ ଅର୍ଥାତ ଆସନ୍ତା ୪ ତାରିଖ ସୁଦ୍ଧା ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ।  ପ୍ରଭାବରେ ରାଜ୍ୟର ଏକାଧିକ ସ୍ଥାନରେ ବର୍ଷା ଆଶଙ୍କା ରହିଛି । ବର୍ତ୍ତମାନ ସୁଦ୍ଧା ବାତ୍ୟା ଆଶଙ୍କା ନଥିବା ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ।

    ଆଜି ବିଜୁଳି ଓ ଘଡ଼ଘଡ଼ି ପାଇଁ ୧୦ ଜିଲ୍ଲାକୁ ୟେଲୋ ଆଲର୍ଟ ଦିଆଯାଇଛି । ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଦକ୍ଷିଣ-ପୂର୍ବ ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। କ୍ରମଶଃ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବ। ଏହା ପ୍ରଭାବରେ ୪ ତାରିଖ ବେଳକୁ ପଶ୍ଚିମବଙ୍ଗ ଏବଂ ଓଡ଼ିଶା ଉପକୂଳ ନିକଟରେ ଏକ ଲଘୁଚାପ ସୃଷ୍ଟି ହେବ।

    ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ଆକଳନ ଅନୁଯାୟୀ ୪ ତାରିଖ ପୂର୍ବାହ୍ନ ମଧ୍ୟରେ ଉପକୂଳ ଓଡ଼ିଶା ସମେତ ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ ଓ ଢେଙ୍କାନାଳ ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ହୋଇପାରେ । ପରବର୍ତ୍ତୀ ୩ ଦିନ ଯାଏଁ ପାଗ ମୁଖ୍ୟତଃ ଶୁଖିଲା ରହିବ ଏବଂ କାଁ ଭାଁ ସ୍ଥାନରେ ହାଲୁକା ବର୍ଷା ହେବ । ୮ ତାରିଖ ବେଳକୁ ବର୍ଷା ପରିମାଣ ବଢ଼ିପାରେ । ଅନ୍ୟପଟେ ପାଣିପାଗ ସମ୍ପର୍କିତ ଆଗୁଆ ସୂଚନା ପାଇଁ ୨୦୨୫ ସୁଦ୍ଧା ବାଲେଶ୍ୱର ଓ ସମ୍ବଲପୁରରେ ରାଡାର ଲାଗିବ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    29.5 ° C
    29.5 °
    29.5 °
    72 %
    1.4kmh
    91 %
    Fri
    29 °
    Sat
    31 °
    Sun
    25 °
    Mon
    29 °
    Tue
    29 °

    ସମ୍ବନ୍ଧିତ