Saturday, March 14, 2026
23.2 C
Odisha

    ଆସନ୍ତାକାଲି ସୁଭଦ୍ରା ସମୀକ୍ଷା ବୈଠକ, ଯୋଜନାରୁ ବାଦ ପଡ଼ିଥିବା ହିତାଧିକାରୀଙ୍କୁ ଯୋଡ଼ିବାକୁ ହେବ ଆଲୋଚନା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର  :  ଆସନ୍ତାକାଲି ସୁଭଦ୍ରା ସମୀକ୍ଷା ବୈଠକ । ବାଦ୍ ପଡ଼ିଥିବା ହିତାଧିକାରୀଙ୍କ ସାମିଲ ନେଇ ହେବ ଆଲୋଚନା । ତିନି ବିଭାଗ ଅର୍ଥାତ ପରିବହନ, ଖାଦ୍ୟ ଯୋଗାଣ ଏବଂ ସ୍ୱାସ୍ଥ୍ୟ ବିଭାଗକୁ  ତଥ୍ୟ ମାଗିଥିଲା ମହିଳା ଓ ଶିଶୁ କଲ୍ୟାଣ ବିଭାଗ ।

    ବାଣିଜ୍ୟ ଏବଂ ପରିବହନ ବିଭାଗକୁ ଚାରି ଚକିଆ ଯାନ ଥିବା ମହିଳାଙ୍କ ତଥ୍ୟ ଓ ସ୍ୱାସ୍ଥ୍ୟ ବିଭାଗକୁ ମୃତ ହିତାଧିକାରୀଙ୍କ ତାଲିକା ଯାଞ୍ଚ କରିବାକୁ କୁହାଯାଇଥିଲା ।  ସେହିପରି ଧାନ ବିକ୍ରି କରିଥିବା ମହିଳାଙ୍କ ନାଁରେ କେତେ ଜମି ପଞ୍ଜୀକରଣ ହୋଇଛି, ତାର ରିପୋର୍ଟ ଖାଦ୍ୟ ଯୋଗାଣ ବିଭାଗକୁ ମଗାଯାଇଥିଲା । ତିନି ବିଭାଗର ରିପୋର୍ଟ ଆଧାରରେ ଆସନ୍ତାକାଲି ବସିବ ସୁଭଦ୍ରା ସମୀକ୍ଷା ବୈଠକ । ବାଦ ପଡ଼ିଥିବା ହିତାଧିକାରୀଙ୍କୁ ଯୋଡ଼ିବା ନେଇ ଏଥିରେ ନିଷ୍ପତ୍ତି ହୋଇପାରେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.2 ° C
    23.2 °
    23.2 °
    50 %
    2.3kmh
    0 %
    Fri
    23 °
    Sat
    38 °
    Sun
    38 °
    Mon
    39 °
    Tue
    38 °

    ସମ୍ବନ୍ଧିତ