Thursday, February 26, 2026
31.4 C
Odisha

    ଆସନ୍ତାକାଲି ହିଞ୍ଜିଳି ଆସନ ପାଇଁ ନାମାଙ୍କନ ଭରିବେ ବିଜେଡ଼ି ସୁପ୍ରିମୋ ନବୀନ

    ଆଗକୁ ପଢନ୍ତୁ

    ମଙ୍ଗଳବାର ପ୍ରାର୍ଥିପତ୍ର ଦାଖଲେ କରିବେ ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ। ପାରମ୍ପରିକ ଆସନ ହିଞ୍ଜିଳିରୁ ନବୀନ କରିବେ ନାମାଙ୍କନ। ଷଷ୍ଠଥର ପାଇଁ ଏହି ଆସନରୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ନିର୍ବାଚନ ଲଢୁଛନ୍ତି । ହିଞ୍ଜିଳି ବିଧାନସଭା ଆସନ ପାଇଁ ନବୀନ ଛତ୍ରପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପ୍ରାର୍ଥିପତ୍ର ଦାଖଲ କରିବେ। ନାମାଙ୍କନ ପାଇଁ ସକାଳ ୧୦ଟା ୨୦ରେ ଭୁବନେଶ୍ବର ବିଜୁ ପଟ୍ଟନାୟକ ଏୟାରପୋର୍ଟରୁ ହିଞ୍ଜିଳି ଅଭିମୁଖେ ଯିବେ ନବୀନ। ୧୧ଟା ୧୫ ମିନିଟରେ ମୁଖ୍ୟମନ୍ତ୍ରୀ ତାରାତାରିଣୀ ମନ୍ଦିରରେ ପୂଜାର୍ଚ୍ଚନା କରିବେ। ମାଆଙ୍କ ଆଶୀର୍ବାଦ ନେଇ ଛତ୍ରପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଯିବେ। ୧୨ଟା ୩୫ରେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ନାମାଙ୍କନପତ୍ର ଦାଖଲ କରିବେ। ମୁଖ୍ୟମନ୍ତ୍ରୀଙ୍କ ସହିତ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଓ ଅନ୍ଯମାନେ ଉପସ୍ଥିତ ରହିବେ।

    ୨୦୦୦ ମସିହାରୁ ହିଞ୍ଜିଳିରୁ ବିଧାୟକ ରହିଆସିଛନ୍ତି ନବୀନ । ୫ ଥର ହିଞ୍ଜିଳିରୁ ସେ ବିଧାୟକ ଭାବେ ନିର୍ବାଚିତ ହୋଇଥିବାବେଳେ ଏଥର ଷଷ୍ଠଥର ପାଇଁ ଲଢୁଛନ୍ତି । ଗତ ୩ଟି ସାଧାରଣ ନିର୍ବାଚନକୁ ଦେଖିଲେ ୨୦୦୯ରେ ନବୀନ ୬୧ ହଜାର ୨୭୩ ଖଣ୍ଡ ଭୋଟରେ ବିଜୟ ଲାଭ କରିଥିଲେ । ଭୋଟ ପ୍ରତିଶତ ଥିଲା ୬୩ ଦଶମିକ ୮୮ । ୨୦୧୪ରେ କଂଗ୍ରେସ ପ୍ରାର୍ଥୀଙ୍କୁ ୭୬ ହଜାର ୫୮୬ ଭୋଟରେ ପରାଜିତ କରି ଚତୁର୍ଥ ଥର ବିଧାୟକ ହୋଇଥିଲେ ନବୀନ। ୨୦୧୯ରେ ବିଜେପି ପ୍ରାର୍ଥୀଙ୍କୁ ୬୦ ହଜାର ୧୬୦ ଭୋଟରେ ହରାଇ ବିଜୟ ଲାଭ କରିଥିଲେ । ଏଥର ନବୀନ ଷଷ୍ଠଥର ପ୍ରାର୍ଥୀ ହୋଇଥିବାବେଳେ ତାଙ୍କ ବିପକ୍ଷରେ ବିଜେପିର ଶିଶିର ମିଶ୍ର ଓ କଂଗ୍ରେସର ରଞ୍ଜିକାନ୍ତ ପାଢ଼ୀ ପ୍ରାର୍ଥୀ ହୋଇଛନ୍ତି । ମେ ୨୦ ତାରିଖରେ ହିଞ୍ଜିଳିର ମତଦାନ ହେବ। ନବୀନ ହିଞ୍ଜିଳି ଛଡ଼ା ବଲାଙ୍ଗୀର ଜିଲ୍ଲାର କଣ୍ଟାବାଞ୍ଜିରୁ ମଧ୍ଯ ପ୍ରାର୍ଥୀ ହୋଇଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    31.4 ° C
    31.4 °
    31.4 °
    13 %
    4.2kmh
    2 %
    Thu
    32 °
    Fri
    34 °
    Sat
    36 °
    Sun
    37 °
    Mon
    38 °

    ସମ୍ବନ୍ଧିତ