Saturday, January 31, 2026
16.3 C
Odisha

    ଆସନ୍ତାକାଲି ୪ ରାଜ୍ଯର ବିଧାନସଭା ନିର୍ବାଚନ ଲାଗି ଘୋଷଣା ହେବ ତାରିଖ

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ:ଆସନ୍ତାକାଲି ବାଜିବ ନିର୍ବାଚନ ବିଗୁଲ। ଅଷ୍ଟାଦଶ ଲୋକସଭା ଓ ୪ ରାଜ୍ଯର ବିଧାନସଭା ନିର୍ବାଚନ ଲାଗି ଘୋଷଣା ହେବ ତାରିଖ। ୭ କିମ୍ବା ୮ ପର୍ଯ୍ୟାୟରେ ନିର୍ବାଚନ କରିବାକୁ ଘୋଷଣା କରିପାରନ୍ତି ଇସିଆଇ। ୫୪୩ ଲୋକସଭା ଆସନ ଏବଂ ଓଡ଼ିଶା, ଆନ୍ଧ୍ରପ୍ରଦେଶ, ଅରୁଣାଚଳ ପ୍ରଦେଶ ଓ ସିକ୍କିମ ବିଧାନସଭାର ମୋଟ ୪୧୪ ଆସନ ଲାଗି ଘୋଷଣା ହେବ ତାରିଖ। ନିର୍ବାଚନ ତାରିଖ ଘୋଷଣା କରିବେ ମୁଖ୍ଯ ନିର୍ବାଚନ କମିଶନର ରାଜୀବ କୁମାର, ଦୁଇ କମିଶନର ଜ୍ଞାନେଶ କୁମାର ଓ ସୁଖବୀର ସିଂ ସାନ୍ଧୁ। ଏହା ସହ ଦେଶରେ ଲାଗୁହେବ ନିର୍ବାଚନ ଆଚରଣ ବିଧି। ଆସନ୍ତାକାଲି ବିଜ୍ଞପ୍ତି ପ୍ରକାଶ ପାଇବା ସହ ନାମାଙ୍କନ ଦାଖଲ, ପ୍ରାର୍ଥୀପତ୍ର ପ୍ରତ୍ଯାହାର ଠାରୁ ଆରମ୍ଭ କରି ଚୁଡ଼ାନ୍ତ ପ୍ରାର୍ଥୀ ତାଲିକା ସହ ବିଭିନ୍ନ କଟକଣା ମଧ୍ଯ ଲଗାଇବେ ନିର୍ବାଚନ କମିଶନ। ୨୦୧୯ରେ ୭ ପର୍ଯ୍ୟାୟରେ ଅର୍ଥାତ ୧୧, ୧୮, ୨୩, ୨୯ ଏପ୍ରିଲ ଏବଂ ୬, ୧୨ ଓ ୧୯ ମେରେ ହୋଇଥିଲା ନିର୍ବାଚନ। ୨୦୧୯ ମାର୍ଚ୍ଚ ୧୦ରେ ନିର୍ବାଚନ ତାରିଖ ଘୋଷଣା ହୋଇଥିବାବେଳେ ୨୩ମେ’ ରେ ଫଳାଫଳ ଘୋଷିତ ହୋଇଥିଲା ।

    ଚଳିତ ବର୍ଷ ରାଜ୍ଯରେ ହେବ ସପ୍ତଦଶ ବିଧାନସଭା ନିର୍ବାଚନ। ୨୧ଟି ଲୋକସଭା ସହ ୧୪୭ ବିଧାନସଭାରେ ଭୋଟ୍ ଲାଗି ଘୋଷଣା ହେବ ତାରିଖ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    16.3 ° C
    16.3 °
    16.3 °
    85 %
    1.8kmh
    70 %
    Sat
    31 °
    Sun
    31 °
    Mon
    32 °
    Tue
    32 °
    Wed
    32 °

    ସମ୍ବନ୍ଧିତ