Tuesday, October 6, 2026
22.8 C
Odisha

    ଆସନ୍ତାକାଲି ୪ ରାଜ୍ଯର ବିଧାନସଭା ନିର୍ବାଚନ ଲାଗି ଘୋଷଣା ହେବ ତାରିଖ

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ:ଆସନ୍ତାକାଲି ବାଜିବ ନିର୍ବାଚନ ବିଗୁଲ। ଅଷ୍ଟାଦଶ ଲୋକସଭା ଓ ୪ ରାଜ୍ଯର ବିଧାନସଭା ନିର୍ବାଚନ ଲାଗି ଘୋଷଣା ହେବ ତାରିଖ। ୭ କିମ୍ବା ୮ ପର୍ଯ୍ୟାୟରେ ନିର୍ବାଚନ କରିବାକୁ ଘୋଷଣା କରିପାରନ୍ତି ଇସିଆଇ। ୫୪୩ ଲୋକସଭା ଆସନ ଏବଂ ଓଡ଼ିଶା, ଆନ୍ଧ୍ରପ୍ରଦେଶ, ଅରୁଣାଚଳ ପ୍ରଦେଶ ଓ ସିକ୍କିମ ବିଧାନସଭାର ମୋଟ ୪୧୪ ଆସନ ଲାଗି ଘୋଷଣା ହେବ ତାରିଖ। ନିର୍ବାଚନ ତାରିଖ ଘୋଷଣା କରିବେ ମୁଖ୍ଯ ନିର୍ବାଚନ କମିଶନର ରାଜୀବ କୁମାର, ଦୁଇ କମିଶନର ଜ୍ଞାନେଶ କୁମାର ଓ ସୁଖବୀର ସିଂ ସାନ୍ଧୁ। ଏହା ସହ ଦେଶରେ ଲାଗୁହେବ ନିର୍ବାଚନ ଆଚରଣ ବିଧି। ଆସନ୍ତାକାଲି ବିଜ୍ଞପ୍ତି ପ୍ରକାଶ ପାଇବା ସହ ନାମାଙ୍କନ ଦାଖଲ, ପ୍ରାର୍ଥୀପତ୍ର ପ୍ରତ୍ଯାହାର ଠାରୁ ଆରମ୍ଭ କରି ଚୁଡ଼ାନ୍ତ ପ୍ରାର୍ଥୀ ତାଲିକା ସହ ବିଭିନ୍ନ କଟକଣା ମଧ୍ଯ ଲଗାଇବେ ନିର୍ବାଚନ କମିଶନ। ୨୦୧୯ରେ ୭ ପର୍ଯ୍ୟାୟରେ ଅର୍ଥାତ ୧୧, ୧୮, ୨୩, ୨୯ ଏପ୍ରିଲ ଏବଂ ୬, ୧୨ ଓ ୧୯ ମେରେ ହୋଇଥିଲା ନିର୍ବାଚନ। ୨୦୧୯ ମାର୍ଚ୍ଚ ୧୦ରେ ନିର୍ବାଚନ ତାରିଖ ଘୋଷଣା ହୋଇଥିବାବେଳେ ୨୩ମେ’ ରେ ଫଳାଫଳ ଘୋଷିତ ହୋଇଥିଲା ।

    ଚଳିତ ବର୍ଷ ରାଜ୍ଯରେ ହେବ ସପ୍ତଦଶ ବିଧାନସଭା ନିର୍ବାଚନ। ୨୧ଟି ଲୋକସଭା ସହ ୧୪୭ ବିଧାନସଭାରେ ଭୋଟ୍ ଲାଗି ଘୋଷଣା ହେବ ତାରିଖ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22.8 ° C
    22.8 °
    22.8 °
    88 %
    1.5kmh
    2 %
    Tue
    22 °
    Wed
    31 °
    Thu
    31 °
    Fri
    30 °
    Sat
    30 °

    ସମ୍ବନ୍ଧିତ