Monday, October 5, 2026
29.1 C
Odisha

    ଆସନ୍ତାକାଲି ୫ ଘଣ୍ଟା ବନ୍ଦ ରହିବ ଶ୍ରୀଜୀଉଙ୍କ ସାଧାରଣ ଦର୍ଶନ

    ଆଗକୁ ପଢନ୍ତୁ

    ପୁରୀ: ଶ୍ରୀମନ୍ଦିରରେ ଆସନ୍ତାକାଲି ମହାପ୍ରଭୁଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ। ଏହି ନୀତି ପାଇଁ ସାଧାରଣ ଦର୍ଶନ ୫ ଘଣ୍ଟା ବନ୍ଦ ରହିବ। ସନ୍ଧ୍ୟା ୫ଟାରୁ ରାତି ୧୦ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ବିତୀୟ ଭୋଗ ମଣ୍ଡପ ପରେ ବନକ ଲାଗି କରାଯିବ। ଶ୍ରୀଜୀଉମାନଙ୍କର ମୁଖଶ୍ରୀର ପ୍ରସାଧନ ବା ବନକ ଲାଗି ପ୍ରତିମାସରେ ହାରାହାରି ଦୁଇଥର ହୋଇଥାଏ। ବନକ ଲାଗି ରୀତି ‘ଦତ୍ତ ମହାପାତ୍ର’ ଗୋଷ୍ଠୀର ସେବକମାନଙ୍କଦ୍ୱାରା କରାଯାଇଥାଏ। ନିୟମ ଅନୁଯାୟୀ ବୁଧବାର ଦିନ ବନକ ଲାଗି ହୋଇଥାଏ। ଦି’ପ୍ରହର ଧୂପ ସରିବାପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି କରାଯାଇଥାଏ। ଦତ୍ତମହାପାତ୍ର ରତ୍ନ ସିଂହାସନ ଉପରକୁ ଯାଇ ଦେବତାମାନଙ୍କର ମୁଖସିଂହାର କରନ୍ତି। ଏହି ନୀତି ସମାପନ ହେବା ପର୍ଯ୍ୟନ୍ତ ଶ୍ରୀମନ୍ଦିରର ସମସ୍ତ ଦ୍ୱାର ସମ୍ପୂର୍ଣ୍ଣ ବନ୍ଦ ରହେ। ତିନି ଦାରୁମୂର୍ତ୍ତିଙ୍କ ମୁଖମଣ୍ଡଳରେ ଶୃଙ୍ଗାରକୁ ମନ୍ଦିର ଭାଷାରେ ବନକ ଲାଗି କୁହାଯାଏ। କବି ସାଲବେଗ ମହାପ୍ରଭୁଙ୍କ ଶ୍ରୀମୁଖ ଦେଖି ଲେଖିଛନ୍ତି ‘ଝଲମଲ ଦିଶୁଥାଇ ମୁକୁତାର ଝଟକ’। କୌଣସି ଆଭୂଷଣ ନଥାଇ ମହାପ୍ରଭୁଙ୍କ ମୁଖମଣ୍ଡଳ ଭକ୍ତଙ୍କୁ ଆକର୍ଷିତ କରେ। ଏହି ଆକର୍ଷଣର କାରଣ ମୁହଁର ରଙ୍ଗବିନ୍ୟାସ।
    ଦତ୍ତମହାପାତ୍ରଙ୍କ କାମ ହେଲା ରଙ୍ଗପ୍ରସ୍ତୁତ କରିବା ଓ ବିଗ୍ରହରେ ଲଗାଇବା। ବନକଲାଗିରେ ରଙ୍ଗ ସହିତ କସ୍ତୁରୀ ଓ କେଶର ଭଳି ଦାମୀ ସୁବାସିତ ପଦାର୍ଥ ବ୍ୟବହୃତ ହୋଇଥାଏ। ବଜାରରେ ମିଳୁଥିବା ରଙ୍ଗ ବନକଲାଗିରେ ବ୍ୟବହାର ହୁଏ ନାହିଁ। ମହାପ୍ରଭୁଙ୍କ ଲାଗି ଉର୍ଦ୍ଦିଷ୍ଟ ରଙ୍ଗଗୁଡିକ ପ୍ରସ୍ତୁତ ପାଇଁ ଭିତର ବେଢାର ଉତ୍ତର ପଟେ ଗୋଟିଏ କୋଠରୀ ରହିଛି। ଏହାକୁ ବନକଲାଗି ଘର କୁହାଯାଏ। ଶଙ୍ଖକୁ ଚୂର୍ଣ୍ଣ କରି ଧଳାରଙ୍ଗ, ହରିତାଳରୁ ହଳଦିଆ ଓ ହିଙ୍ଗୁଳରୁ କଳା ପ୍ରସ୍ତୁତ ହୁଏ। ଏସବୁ ରଙ୍ଗରେ କର୍ପୁର ଓ କସ୍ତୁରୀ ମିଶେ। କସ୍ତୁରୀ ଯୋଗୁଁ ମହାପ୍ରଭୁଙ୍କ ମୁଖମଣ୍ଡଳ ଉଜ୍ଜଳ ଓ ମସୃଣ ରହେ। ରତ୍ନସିଂହାସନ ଆଗରେ ଯେଉଁ ଭୋଗ ବଢ଼ାହୁଏ ତା’ର ଗରମବାଷ୍ପ ଯୋଗୁଁ ମୁଖମଣ୍ଡଳର ଉଜ୍ଜଳତା କମିଯାଏ। କସ୍ତୁରୀ ବ୍ୟବହାର ଯୋଗୁଁ ରଙ୍ଗ ଦୀର୍ଘସ୍ଥାୟୀ ହୁଏ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    29.1 ° C
    29.1 °
    29.1 °
    71 %
    1.6kmh
    0 %
    Mon
    26 °
    Tue
    31 °
    Wed
    31 °
    Thu
    30 °
    Fri
    31 °

    ସମ୍ବନ୍ଧିତ