Wednesday, October 7, 2026
23.2 C
Odisha

    ଆସନ୍ତା ଦୁଇ ଦିନ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ରାଜ୍ୟରେ ଲଘୁଚାପ ଜନିତ ଲଗାଣ ବର୍ଷା ଲାଗି ରହିଛି । ଆସନ୍ତା ଦୁଇ ଦିନ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା । ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ରଟି ଅଧିକ ଘନୀଭୂତ ହୋଇ’ୱେଲ ମାର୍କଡ୍ ଲୋ ପ୍ରେସର’ ରେ ପରିଣତ ହୋଇଛି । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଏହା ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ଏକ ‘ସୁଦୃଶ୍ୟ ଲଘୁଚାପ ବଳୟ’ ସକ୍ରିୟ ରହିଛି ।

    ଭାରତୀୟ ପାଣିପାଗ ବିଭାଗ ର ସୂଚନା ଅନୁଯାୟୀ, ଆଗାମୀ ୨ ଦିନ ମଧ୍ୟରେ ଏହି ସିଷ୍ଟମ ଉତ୍ତର-ପଶ୍ଚିମ ଦିଗରେ ଗତି କରି ଉତ୍ତର ଓଡ଼ିଶା ଏବଂ ଗାଙ୍ଗେୟ ପଶ୍ଚିମବଙ୍ଗ ଅତିକ୍ରମ କରିବ । ଏହାର ପ୍ରଭାବରେ ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆହୁରି ଅଧିକ ଶକ୍ତିଶାଳୀ ହେବା ସହ ବ୍ୟାପକ ବର୍ଷା ହେବାର ସମ୍ଭାବନା ରହିଛି । ଆଜି ସକାଳୁ ଓଡ଼ିଶାର ବିଭିନ୍ନ ଭାଗରେ ମଧ୍ୟମରୁ ପ୍ରବଳ ବର୍ଷା ଲାଗି ରହିଛି।

    ବିଶେଷ କରି ଉପକୂଳ ଓ ଉତ୍ତର ଓଡ଼ିଶାର କେତେକ ଜିଲ୍ଲାରେ ଗତ ୨୪ ଘଣ୍ଟା ମଧ୍ୟରେ ୫ ରୁ ୧୫ ସେମି ପର୍ଯ୍ୟନ୍ତ ବର୍ଷା ରେକର୍ଡ କରାଯାଇଛି। ଆଗାମୀ ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। କିନ୍ତୁ କିଛି ନିର୍ଦ୍ଦିଷ୍ଟ ଉତ୍ତର, ଉପକୂଳ ଏବଂ ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଭଦ୍ରକ, ଯାଜପୁର ଏବଂ କେନ୍ଦୁଝର ଭଳି ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ସତର୍କ କୁହାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.2 ° C
    23.2 °
    23.2 °
    89 %
    1.8kmh
    0 %
    Wed
    23 °
    Thu
    30 °
    Fri
    29 °
    Sat
    30 °
    Sun
    30 °

    ସମ୍ବନ୍ଧିତ