Tuesday, April 7, 2026
24.1 C
Odisha

    ଆସନ୍ତା ମାର୍ଚ୍ଚରେ ‘ସୁଭଦ୍ରା’ର ଦ୍ବିତୀୟ କିସ୍ତି ଟଙ୍କା ଯିବ ଆକାଉଣ୍ଟକୁ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଆସନ୍ତା ମାର୍ଚ୍ଚ ମାସରେ ‘ସୁଭଦ୍ରା’ ଯୋଜନାର ଦ୍ବିତୀୟ କିସ୍ତି ଟଙ୍କା ଲୋକଙ୍କ ଆକାଉଣ୍ଟକୁ ଯିବ। ଆଜି ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି। ସେ କହିଛନ୍ତି ଜାନୁଆରୀ ଶେଷ ସୁଦ୍ଧା ଓଡ଼ିଶାର ୧ କୋଟିରୁ ଅଧିକ ଯୋଗ୍ୟ ମହିଳାଙ୍କୁ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ଟଙ୍କା ମିଳିଯିବ।ମାର୍ଚ୍ଚ ୭ ତାରିଖରେ ସୁଭଦ୍ରା ପ୍ରଥମ କିସ୍ତିର ଶେଷ ପର୍ଯ୍ୟାୟ ଟଙ୍କା ଲୋକଙ୍କ ଆକାଉଣ୍ଟକୁ ଯିବ ଏବଂ ମାର୍ଚ୍ଚ ୮ ତାରିଖରୁ ଦ୍ୱିତୀୟ କିସ୍ତି ଟଙ୍କା ମିଳିବ। ଏନେଇ ସୂଚନା ଦେଇଥିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ କହିଥିଲେ, ଏବେ ଆବେଦନ ଲାଗି ସମୟ ଅଛି। ଏଣୁ ବ୍ୟସ୍ତ ହେବାର କିଛି ନାହିଁ। ତେବେ ୨ ଲକ୍ଷ ୬୭ ହଜାର ଅଯୋଗ୍ୟଙ୍କ ଭିତରୁ ଯେଉଁମାନଙ୍କର ଭୁଲ୍ ହେଇଥିଲା, ସେମାନଙ୍କର ରିଭ୍ୟୁ ଚାଲିଛି। ୨୨ ପ୍ରତିଶତ କାମ ସମାଧାନ ହେଇସାରିଛି, ଭେରିଫିକେସନ୍ ପରେ ସେମାନେ ଟଙ୍କା ପାଇବେ। ତେବେ ସୁଭଦ୍ରା ଯୋଜନା ପାଇଁ ବ୍ୟାଙ୍କ ସମ୍ମୁଖରେ ବର୍ତ୍ତମାନ ପ୍ରବଳ ଭିଡ଼ ରହୁଛି । ତେବେ ବ୍ୟାଙ୍କରେ ଅଯଥା ଭିଡ଼ ନକରିବାକୁ କହିଛନ୍ତି ଉପମୁଖ୍ୟମନ୍ତ୍ରୀ। ହିତାଧିକାରୀମାନେ ବ୍ୟସ୍ତ ହୁଅନ୍ତୁ ନାହିଁ। ଯାହାର ଆଧାର କାର୍ଡ ସହ ରାସନ୍ କାର୍ଡ ମ୍ୟାଚ୍ ନାହିଁ, ସେମାନେ ବ୍ୟାଙ୍କରେ ଆଧାର ଲିଙ୍କ କଲେ, ସେମାନଙ୍କୁ ସୁଭଦ୍ରା ଟଙ୍କା ମିଳିବ ବୋଲି ସୂଚନା ଦେଇଛନ୍ତି ପ୍ରଭାତୀ ପରିଡ଼ା।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.1 ° C
    24.1 °
    24.1 °
    74 %
    1.9kmh
    1 %
    Mon
    24 °
    Tue
    36 °
    Wed
    38 °
    Thu
    38 °
    Fri
    38 °

    ସମ୍ବନ୍ଧିତ